ଭୁବନେଶ୍ୱର,୨୩।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତ ପରିଣତ ହୋଇପାରେ। ପରେ ୨୫ ସକାଳ ସୁଦ୍ଧା ଏହା ବାତ୍ୟା ରୂପ ନେବ।ପରେ ୨୬ସନ୍ଧ୍ୟା ସୁଦ୍ଧା ଗୋଟିଏ ଭୀଷଣବାତ୍ୟା ଭାବେ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପଖାପାଖି ସମୁଦ୍ର ମଧ୍ୟରେ ପହଞ୍ଚିବାର ସମ୍ଭାବନା ରହିଛି।ଲଘୁଚାପ କ୍ଷେତ୍ର ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତାକାଲି ସକଳା ସୁଦ୍ଧା ଘନୀଭୂତ ହୋଇ ଅବପାତ ହେବ । ଏହା ଉତ୍ତର-ପୂର୍ବ ଦିଗରେ ଗତି କରି ଆହୁରି ଘନୀଭୂତ ହେବ ବୋଲି ସମ୍ଭାବନା ରହିଛି । ଏହା ୨୫ ତାରିଖ ସକାଳ ସୁଦ୍ଧା ବାତ୍ୟାରେ ପରିଣତ ହେବ । ଏହା ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ ବୋଲି କୁହାଯାଉଛି । ବାଲାଂଦେଶ-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ରରେ ପହଞ୍ଚିବାର ସମ୍ଭାବନା ରହିଛି । ଏନେଇ ୨୭ ତାରିଖ ଯାଏଁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।ତେବେ ଓଡ଼ିଶା ଉପରେ ବେଶୀ ବର୍ଷା କିମ୍ବା ପବନ ସମ୍ଭାବନା ନାହିଁ ବୋଲି କୁହାଯାଉଛି । ଓଡ଼ିଶାରେ ମେ ୨୩, ୨୪ ଓ ୨୫ରେ କାଳବୈଶାଖୀର ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ସମ୍ଭାବନା ରହିଛି । ୨୬ ତାରିଖରେ ଉତ୍ତର-ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି । କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ତେବେ ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକରେ ବର୍ଷା ହେବ ବୋଲି କୁହାଯାଇଛି । ୨୭ ତାରିଖରେ ବାଲେଶ୍ୱର ଓ ମୟୂରଭଞ୍ଜରେ ବର୍ଷା ଆକଳନ କରାଯାଇଛି । କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ୩୦ରୁ ୫୦ କିମି ବେଗରେ ପବନ ବୋହିବ ବୋଲି ପୂର୍ବାନୁମାନ କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |