ଭୁବନେଶ୍ୱର,୨୩ା୫:ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭାର ୯୪ଲକ୍ଷ ୪୮ହଜାର ୫୫୩ଜଣ ଭୋଟର ମୋଟ ୪୪୭ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ହେବ ଓ ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ୧୨୧ କମ୍ପାନୀ କେନ୍ଦ୍ରୀୟ ଫୋର୍ସକୁ ମୁତୟନ କରାଯାଇଛି। ରାଜ୍ୟ ପୁଲିସ ମଧ୍ୟ ସୁରକ୍ଷା ଦାୟିତ୍ୱରେ ରହିବେ।ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ପୋଲିଂ ପାର୍ଟି ବୁଥ୍ ମୁହାଁ । ସ୍କ୍ୱାଡ୍ ଜଗିବ ଅନ୍ଧାରୀ ବିଜେ । ଏଥର ସର୍ବାଧିକ ୧୨୧ କଂପାନୀ CAPF ମୁତୟନ ହେବେ । ସେପଟେ ଦୁଇଦିନ ତଳେ ବୁଥ୍ ରିଗିଂକୁ ନେଇ ଶାହ ଦେଇଥିବା ଚେତାବନୀକୁ ନେଇ ରାଜ୍ୟ ରାଜନୀତି ସରଗରମ । ସରିଲା ପ୍ରଚାର । ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହେଲା ସାଇଲେଣ୍ଟ ପିରିୟଡ୍ ।କଡା ନଜରରେ ମତଦାନ ପ୍ରକ୍ରିୟା । ଏହି ପର୍ଯ୍ୟାୟରେ ୬୪ ଜଣ ସାଂସଦ ପ୍ରାର୍ଥୀ ଏବଂ ୩୮୩ ବିଧାୟକ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା । ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବ ମତଦାନ । ମୋଟ୍ ୯୪ ଲକ୍ଷ ୪୮ ହଜାର ଭୋଟର୍ ଭୋଟ ଦେବେ । ଯେଉଁଥିରୁ ୨୧% ହେଉଛନ୍ତି ଯୁବ ଭୋଟର୍ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |