ସ୍ମୃତି ଈରାନୀଙ୍କ ମାରାଥନ୍ ପ୍ରଚାର

ଭୁବନେଶ୍ୱର,୨୫ା୫: ପ୍ରଚାର ମଇଦାନରେ ସ୍ମୃତି ଈରାନୀ । ଆଜି ସ୍ମୃତି ଈରାନୀଙ୍କ ମାରାଥନ୍ ପ୍ରଚାର । ପାରାଦୀପ କୁଜଙ୍ଗ ସଭାରେ ବିଜେଡ଼ି ଉପରେ ସିଧା ହମଲା କଲେ ସ୍ମୃତି ଈରାନୀ । ଓଡ଼ିଶାକୁ ରିମୋଟ କଣ୍ଟ୍ରୋଲ ତାମିଲବାବୁ ଲୁଟୁଥିବା କହିଲେ ଈରାନୀ । ବିଜେଡି ରାଜ୍ୟକୁ ଲ୍ୟାଣ୍ଡ, ସ୍ୟାଣ୍ଡ, ମାଇନିଂ, କୋଲ୍‌ ମାଫିଆ ଦେଇଛି । ବିଜେଡି ନେତା, ମନ୍ତ୍ରୀଙ୍କୁ ତାମିଲ ବାବୁ ରିମୋଟ କଣ୍ଟ୍ରୋଲରେ ଚଳାଉଛନ୍ତି ।ମୋଦି ଜଳ ଜୀବନ ମିଶନ ପାଇଁ ଟଙ୍କା ଦେଲେ, ଟଙ୍କା କୁଆଡ଼େ ଗଲା ?  ଓଡ଼ିଶା ନେତୃତ୍ବକୁ କଏଦ୍‌ କରି ରଖାଯାଇଛି, ରିମୋଟ୍‌ରେ ସରକାର ଚାଲୁଛି । ନବୀନ ବାବୁଙ୍କୁ କହିବା, ବୁଲିବା ପାଇଁ ବି ସ୍ବାଧୀନତା ନଥିବା କୁହାଯାଉଛି । ରିମୋଟ୍‌ କଣ୍ଟ୍ରୋଲ ତାମିଲ ବାବୁ ରତ୍ନଭଣ୍ଡାର ରିପୋର୍ଟ କାହିଁକି ଚାପିଲେ ? ରାଜ୍ୟରେ ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ରିପୋର୍ଟ ଆସିବ । ଯଦି ରତ୍ନଭଣ୍ଡାରରେ କିଛି ଗଡ଼ବଡ଼ି ହୋଇଥିବ, ମୋଦି କାହାକୁ ଛାଡ଼ିବେନି ବୋଲି କହିଛନ୍ତି ସ୍ମୃତି ଈରାନୀ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!