ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଭୁବନେଶ୍ୱର,୨୬।୫:ଗିରଫ ହୋଇଛନ୍ତି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବ ଗିରଫ ହୋଇଛନ୍ତି । ବେଗୁନିଆ ଅନ୍ତର୍ଗତ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୪୪ ନମ୍ବର ବୁଥରେ ଗଣ୍ଡଗୋଳ, ମାରପିଟ୍ ଓ ଇଭିଏମ୍ ଭଙ୍ଗାରୁଜା କରିବା ଅଭିଯୋଗରେ ପ୍ରଶାନ୍ତଙ୍କୁ ପୋଲିସ ବିଳମ୍ବିତ ରାତିରେ ଗିରଫ କରିଥିବା ଜଣାପଡ଼ିଛି । ପ୍ରଥମେ ତାଙ୍କୁ ଜିଲ୍ଲା ମାଜିଷ୍ଟ୍ରେଟଙ୍କ ଆବାସିକ କାର୍ଯ୍ୟାଳୟରେ ହାଜର କରାଯାଇଥିଲା । ମାତ୍ର ଜାମିନ୍ ନାମଞ୍ଜୁର ହେବାରୁ ତାଙ୍କୁ ଖୋର୍ଦ୍ଧା ଜେଲ ହାଜତକୁ ପଠାଇ ଦିଆଯାଇଛି । ପ୍ରିଜାଇଡିଂ ଅଫିସରଙ୍କ ଅଭିଯୋଗ କ୍ରମେ ପ୍ରଶାନ୍ତଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ବେଳେ ବିଜେପି ପକ୍ଷରୁ ଏହାକୁ ବିରୋଧ କରାଯାଇଛି ।ଗତକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ହୋଇଥିଲା । ସମ୍ବଲପୁର ଲୋକସଭା ଆସନରେ ସର୍ବାଧିକ ମତଦାନ ହୋଇଥିବା ବେଳେ ଆଠମଲ୍ଲିକ ବିଧାନସଭା ଆସନରେ ସର୍ବାଧିକ ମତଦାନ ହୋଇଥିଲା । ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ୭୬.୬୩ ପ୍ରତିଶତ ମତଦାନ ହୋଇଥିବା ବେଳେ ଭୁବନେଶ୍ୱର ଆସନରେ ୬୨ ପ୍ରତିଶତ ଭୋଟିଂ ହୋଇଥିଲା । ତୃତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହେବା ସହ ଇଭିଏମରେ ସିଲ୍ ହୋଇଛି ୪୪୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ। ଆସନ୍ତା ମାସ ୪ ତାରିଖରେ ସମସ୍ତ ପ୍ରାର୍ଥୀଙ୍କର ଭାଗ୍ୟ ପରୀକ୍ଷା ହେବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!