ଭୁବନେଶ୍ବର: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୪ ଫଳ ରବିବାର ଅପରାହ୍ଣରେ ପ୍ରକାଶିତ ହୋଇଛି। କଳାରେ ପାସ୍ ହାର ୮୦.୯୫%, ବିଜ୍ଞାନର ପାସ୍ ହାର ୮୬.୯୩%, ବାଣିଜ୍ୟର ପାସ୍ ହାର ୮୨.୨୭% ଓ ଧନ୍ଦାମୂଳକ ଶିକ୍ଷାରେ ପାସ୍ ହାର ୬୮.୦୨ ପ୍ରତିଶତ ରହିଛି। ଏହି ୪ ବିଷୟରେ ପରୀକ୍ଷାର ଫଳ www.orissaresults.nic.inରେ ଉପଲବ୍ଧ କରାଯାଇଥିବା ନେଇ ସି,ର,୨୬।୫ଚ୍ଏସ୍ଇ ପକ୍ଷରୁ କୁହାଯାଇଛି। ପ୍ରଥମ ଥର ପାଇଁ ଏକକାଳୀନ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। କଳା, ବିଜ୍ଞାନ ଓ ବାଣିଜ୍ୟରେ ପୁଅଙ୍କ ତୁଳନାରେ ଝିଅମାନେ ଭଲ ପ୍ରଦର୍ଶନ କରିଛନ୍ତି।: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ +୨ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ଫଳ ଏକ କାଳୀନ ପ୍ରକାଶ ପାଇଛି। ଏହା ପୂର୍ବରୁ ଆଜି ସକାଳେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ଚଳିତ ବର୍ଷର ପାସ୍ ହାର ୯୬.୦୭ ପ୍ରତିଶତ ରହିଛି। ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍ ହାର ଅଧିକ ରହିଛି। ଝିଅଙ୍କ ପାସ୍ ହାର ୯୬.୭୩ ପ୍ରତିଶତ ଥିବାବେଳେ ପୁଅଙ୍କ ପାସ୍ ହାର ୯୬.୩୯ ପ୍ରତିଶତ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |