ନୂଆଦିଲ୍ଲୀ,,୨୭।୫: ଚଳିତ ବର୍ଷ ଆଗାମୀ ୫ଦିନ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁପାରେ। ଜୁନ ୧ସୁଦ୍ଧା କେରଳ ଛୁଇଁବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ପାଗ ଅନୁକୂଳ ଥିବାରୁ ନିର୍ଦ୍ଧାରିତ ସମୟରେ ମୌସୁମୀ କେରଳ ଛୁଇଁପାରେ। ସେପଟେ କାଲିଠୁ ରାଜ୍ୟରେ ପୁଣି ବଢିବ ତାତି। ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଦିନ ତାପମାତ୍ରା ବୃଦ୍ଧି ପାଇବ। ତାତି ବଢ଼ିଲେ ବି ୫ ଦିନ ମଧ୍ୟରେ ହିଟୱେଭ୍ ସମ୍ଭାବନା ନାହିଁ। କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବା ସମ୍ଭାବନା ରହିଛି। ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |