ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର,୨୮ା୫: ଆସନ୍ତା ୧ ତାରିଖରେ ଅନୁଷ୍ଠିତ ହେବ ଶେଷ ପର୍ଯ୍ୟାୟ ନିର୍ବାଚନ । ଏହା ପୂର୍ବରୁ ପ୍ରଚାର ନିମନ୍ତେ ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପିର ଚାଣକ୍ୟ ଅମିତ ଶାହ। ବିଜେପି ପକ୍ଷରୁ ପ୍ରଚାରକୁ ଜୋରଦାର କରିବେ ଶାହ। ଆଜି ୩ଟି ସ୍ଥାନରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ ଶାହ।ପୂର୍ବାହ୍ନ ୧୧ଟାରେ ଭଦ୍ରକ ଲୋକସଭା କ୍ଷେତ୍ରର ଚାନ୍ଦବାଲିଠାରେ ବିଜୟ ସଙ୍କଳ୍ପ ସମାବେଶରେ ଯୋଗଦେବେ ଅମିତ ଶାହ। ସେହିପରି ମଧ୍ୟାହ୍ନ ୧୨ଟା ୩୦ ମିନିଟରେ ଶାହ ଯାଜପୁର ଲୋକସଭା କ୍ଷେତ୍ରର କୋରେଇଠାରେ ଜନସଭାକୁ ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି। ଏହାପରେ ଅପରାହ୍ନ ୩ଟାରେ ଜଗତସିଂହପୁର ଲୋକସଭା କ୍ଷେତ୍ରର ନିମାପଡ଼ା ବାରବାଟୀ ପଡ଼ିଆରେ ବିଜେପିର ବିଜୟ ସଙ୍କଳ୍ପ ସମାବେଶରେ ସାମିଲ ହେବେ ଅମିତ ଶାହ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!