ନୂଆଦିଲ୍ଲୀ,୩୦।୫:ଜମ୍ମୁ କଶ୍ମୀରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୧୫୦ ଫୁଟ ତଳକୁ ଖସିପଡ଼ିଛି ତୀର୍ଥଯାତ୍ରୀ ବସ୍। ଜମ୍ମୁ-କାଶ୍ମୀରର ଅଖନୁର ବସ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୧ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି। ୬୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଏକ ବସ୍ ରାଏସି ଜିଲ୍ଲାର ପ୍ରସିଦ୍ଧ ଶିବ ଖୋରି ମନ୍ଦିରକୁ ଯାଉଥିଲେ। ଯାତ୍ରୀମାନଙ୍କ ମଧ୍ୟରୁ ଅଧିକାଂଶ ଉତ୍ତରପ୍ରଦେଶ, ରାଜସ୍ଥାନ ଏବଂ ହରିୟାଣାର ତୀର୍ଥଯାତ୍ରୀ ଥିଲେ। ଅଖନୁରର ଏକ ଘାଟି ନିକଟରେ ବସଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଥିଲା।କିନ୍ତୁ ପରବର୍ତ୍ତୀ ସମୟରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୨୧ରେ ପହଞ୍ଚିଛି। ଖବର ପାଇ ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ୪୦ ଜଣଙ୍କୁ ଉଦ୍ଧାର କରିଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଥିବାବେଳେ ସେମାନଙ୍କ ମଧ୍ୟରୁ କିଛି ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |