ଭୁବନେଶ୍ୱର, ୩୧।୫ : ଛଟପଟ ହେଉଛି ସାରା ଓଡ଼ିଶା। ଗୁରୁବାର ରାଜ୍ୟରେ ଚଳିତ ବର୍ଷର ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଛି।ପଶ୍ଚିମରେ ଅସମ୍ଭାଳ ତାତି ଓ ଉପକୂଳରେ ପ୍ରବଳ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏ ନେଇ କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର,ବୌଦ୍ଧ,କନ୍ଧମାଳ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କନ୍ଧମାଳ, ରାୟଗଡ଼ା, କୋରୋପୁଟ, ମାଲକାନାଗିରି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ଫୁଲବାଣୀ, ଖୋର୍ଦ୍ଧା ଓ ନୟାଗଡ଼ ଆଦିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ସମୟରେ ପବନ ବହିବାର ସମ୍ଭାବନା ରହିଛ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |