ଭୁବନେଶ୍ୱର, ୩୧।୫:ଗଦ୍ଦେବଙ୍କ ଜାମିନ୍ ଖାରଜ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ହେଲା ଖାରଜ । ଜାମିନ୍ ଖାରଜ କଲେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ-୨ । ବୁଥ୍ ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ । ଇଭିଏମ୍ ଭଙ୍ଗାରୁଜା ଅଭିଯୋଗ ମାମଲାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖରାଜ ହୋଇଛି। ଖୋର୍ଦ୍ଧା ଦ୍ବିତୀୟ ଅତିରିକ୍ତ ଜିଲ୍ଲା ଦୌରାଜଜ କୋର୍ଟ ଶୁକ୍ରବାର ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି।ଆଜି ଏଡିଜେ-୨ କୋର୍ଟରେ ଇଭିଏମ୍ ଭଙ୍ଗାରୁଜା ଅଭିଯୋନ ନେଇ ଶୁଣାଣି ହୋଇଥିଲା। ବରିଷ୍ଠ ଓକିଲ ପିତାମ୍ବର ଆଚାଯ୍ୟଙ୍କ ସମେତ ଖୋର୍ଦ୍ଧା ବାର ଆସୋସିଏସନର ପ୍ରାୟ ୪୦ଜଣ ଓକିଲ ଜଗଦେବଙ୍କ ସପକ୍ଷରେ ଯୁକ୍ତି ବାଢ଼ିଥିଲେ।ଚଳିତ ସାଧାରଣ ନିର୍ବାଚନରେ ଖୋର୍ଦ୍ଧାରୁ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଗତ ୨୫ ତାରିଖ ବୋଲଗଡ଼ର ଏକ ବୁଥରେ ପଶି ଇଭିଏମ ଭଙ୍ଗାରୁଜା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଆଧାରରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପୁଲିସ ଗିରଫ କରିଥିଲା। ପ୍ରଶାନ୍ତ ଜଗଦ୍ଦେବଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ନଥିବାରୁ ତାଙ୍କୁ କଟକ ବଡ଼ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |