ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅଗ୍ନିକାଣ୍ଡ

ପୁରୀ,,୧।୬:ପୁରୀ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ନିଆଁ ଲାଗିଯାଇଛି। କେହି ଦୁର୍ବୃତ୍ତ ଅଳିଆ ଗଦାରେ ନିଆଁ ଲଗାଇ ଦେଇଥିବା ଅନୁମାନ କରାଯାଉଛି। ଅଗ୍ନିଶମ ବାହିନୀ ଦ୍ୱାରା ନିଆଁକୁ ଆୟତ୍ତ କରାଯାଇଛି। ଏଥିରେ କାହାର କିଛି କ୍ଷତି ହୋଇ ନାହିଁ।ଆଜି ସକାଳେ ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ନିଆଁ ଲାଗିଯାଇଥିଲା। ଶୀଘ୍ର ନିଆଁ ଚାରିଆଡେ ବ୍ୟାପି ଯାଇଥିଲା। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ। ହେଲେ ଅତ୍ୟଧିକ ଧୁଆଁ ହେଉଥିବାରୁ ଅଗ୍ନିଶମ ବାହିନୀକୁ ନିଆଁକୁ ଆୟତ୍ତ କରିବା କଷ୍ଟକର ହୋଇ ପଡ଼ିଥିଲା। ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲେ।ତେବେ କିଏ ଏହି ନିଆଁ ଲଗାଇଲା, କାହିଁକି ନିଆଁ ଲଗାଇଲା ତାହାର କାରଣ ଅସ୍ପଷ୍ଟ ରହିଛି। ଏନେଇ ପୁଲିସ କିମ୍ବା ଜିଲ୍ଲା ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ଲାଗିଲା ନିଆଁ । ଆଜି ଭୋର୍‌ ସମୟରେ କେହି ଦୁର୍ବୃତ୍ତ ଏହି ଅଳିଆ ଗଦାରେ ନିଆଁ ଲଗାଇ ଦେଇଥିବା ଅନୁମାନ କରାଯାଉଛି । ଅଗ୍ନିକାଣ୍ଡ ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ତେବେ ଏଥିରେ କାହାର କିଛି କ୍ଷୟକ୍ଷତି ହୋଇନାହିଁ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!