କେନ୍ଦ୍ରାପଡ଼ା,୧।୬:କେନ୍ଦ୍ରାପଡ଼ା ଲୋକସଭା ଅଧିନ ସାଲେପୁର ମାଳଶାସନର ୧୮୪ ଓ ୧୮୫ ବୁଥ୍ରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ବିଜେପି ବିଧାୟକ ପ୍ରାର୍ଥୀଙ୍କ ଏଜେଣ୍ଟ ଓ ୩ ସମର୍ଥକଙ୍କୁ ବିଜେଡି କର୍ମୀମାନେ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ବିଜେଡି କର୍ମୀମାନେ ବିଜେପି ଏଜେଣ୍ଟ ଓ କର୍ମୀଙ୍କୁ ପନିକିରେ ହାଣିବା ସହ ଠେଙ୍ଗାରେ ପିଟିଥିବା ଅଭିଯୋଗ ହୋଇଛି। ସମସ୍ତ ଆହତଙ୍କୁ ସାଲେପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣାକୁ ନେଇ ବୁଥରେ ଉତ୍ତେଜନା ଦେଖଦେଇଛି। ପୁଲିସ ଉପସ୍ଥିତ ଥିବା ସତ୍ତ୍ୱେ କିପରି ଏପରି ପରିସ୍ଥିତି ଉପୁଜିଲା ତାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।ଜେଡି କର୍ମୀମାନେ ବିଜେପି ବିଦାୟକ ପ୍ରାର୍ଥୀଙ୍କ ଏଜେଣ୍ଟ ଓ ୩ ସମର୍ଥକଙ୍କୁ ପନିକିରେ ହାଣିବା ସହ ଠେଙ୍ଗାରେ ପିଟିଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ସମସ୍ତ ଆହତ ସାଲେପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ଦୁଇ ବୁଥ୍ରେ କ୍ୟାପ୍ଚରିଂକୁ ବିରୋଧ କରିଥିବାରୁ ବିଜେପି କର୍ମୀଙ୍କୁ ହାଣିଥିବା ଅଭିଯୋଗ ହୋଇଛି । ତେବେ ଏହି ମାମଲାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲେ ବିଜେପି ପ୍ରାର୍ଥୀ ଅରିନ୍ଦମ ରାୟ। ଏହାସହ ସାଲେପୁରର ବିଭିନ୍ନ ସ୍ଥାନରେ ବୁଥ୍ ରିଗିଂ ହେଉଥିବା ଅରିନ୍ଦମ ଅଭିଯୋଗ କରିଛନ୍ତି ।ତେବେ ବୁଥ୍ ଭିତରେ ପନିକିରେ ଆକ୍ରମଣ ଓ ବୁଥ୍ କ୍ୟାପଚରିଂ ଅଭିଯୋଗ ଉପରେ ପ୍ରତିକ୍ରିୟା ରଖିଛନ୍ତି କଟକ ଜିଲ୍ଲାପାଳ । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପ୍ରତିକ୍ରିୟା ରଖିଛନ୍ତି କଟକ ଜିଲ୍ଲାପାଳ । ସେ କହିଛନ୍ତି ‘ସାଲେପୁର ବିଧାନସଭା ଆସନର ୧୮୪ ଓ ୧୮୫ ନମ୍ବର ବୁଥ୍ର ୧୫୦ ମିଟର ଦୂରରେ ଉଭୟ ପାର୍ଟି ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ତେବେ ପନିକିରେ ଆକ୍ରମଣ ଘଟଣା ସତ ନୁହେଁ । ସେହିପରି ବୁଥ୍ କ୍ୟାପଚର ରିପୋର୍ଟ ସମ୍ପୂର୍ଣ୍ଣ ମିଥ୍ୟା ବୋଲି ସେ ‘ଏକ୍ସ’ରେ ଲେଖିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |