ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ୍

ଗଞ୍ଜାମ,୨।୬ : ତପ୍ତପାଣି ଘାଟିରେ ପୁଣି ଅଘଟଣ। ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ଯୋକରାପଲ୍ଲୀ ନିକଟରେ ଏକ ହଳଦୀ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍‌ଟି ଘାଟି ତଳକୁ ଖସି ଓଲଟି ପଡ଼ିବାରୁ ଡ୍ରାଇଭରଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ସୁରେଶ କୁମାର ଗୁରୁ। ତାଙ୍କ ଘର ନୟାଗଡ଼ ଜିଲ୍ଲାର ସରପଡ଼ାରେ।ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ଯୋକରାପଲ୍ଲୀ ନିକଟରେ ଏକ ହଳଦୀ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ଟ୍ରକ୍ ଟି ଘାଟି ତଳକୁ ଖସିପଡିଛି । ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭରଙ୍କର ମୃତ୍ୟୁ ଘଟିଛି। ଆଜି ସକାଳେ ଏକ ମାଲବାହୀ ଟ୍ରକ୍ ଗଜପତିରୁ ବ୍ରହ୍ମପୁରକୁ ଯାଉଥିଲା। ହଠାତ୍ ତପ୍ତପାଣି ଘାଟିରେ ଭାରସାମ୍ୟ ହରାଇ ଟ୍ରକ୍ ଟି ଘାଟି ତଳକୁ ଖସି ପଡିଥିଲା। ଫଳରେ ଘଟଣାସ୍ଥଳରେ ଟ୍ରକ୍ ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିଲା। ମୃତକ ନୟାଗଡ ଜିଲ୍ଲା ସରପଡାର ସୁରେଶ କୁମାର ଗୁରୁ ବୋଲି ଜଣାପଡିଛି। ପରେ ପାଟପୁର ପୁଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ତଦନ୍ତ କରୁଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!