ଇସ୍ତଫା ଦେବାକୁ ଆଜି ରାଜଭବନ ଯିବେ ନବୀନ

ଭୁବନେଶ୍ବର, ୫।୬: ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଦିନ ୧୧ଟା ୩୫ ମିନିଟ ସମୟରେ ରାଜଭବନ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ  ଇସ୍ତଫା ପତ୍ର ପ୍ରଦାନ କରିବେ ବୋଲି ସୂଚନା ରହିଛି।ସାଢ଼େ ୧୧ଟାରେ ନବୀନ ନିବାସରୁ ବାହାରିବେ ଓ ୧୧ଟା ୩୫ରେ ରାଜଭବନରେ ପହଞ୍ଚିବେ ନବୀନ। ୧୧ଟା ୩୫ରୁ ୧୧ଟା ୪୫ ପର୍ଯ୍ୟନ୍ତ ସେ ରାଜଭନବରେ ରହିବେ। ନବୀନ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ଦେଇ ସେ ନବୀନ ନିବାସ ଫେରିଯିବେ।ଚଳିତ ନିର୍ବାଚନରେ ବିଜେଡିର ଦୁର୍ଗ ଭୁଶୁଡ଼ିଯାଇଛି। ଦଳକୁ ମାତ୍ର ୫୧ଟି ଆସନ ମିଳିଛି। ଏମିତିକି ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାସ୍ତ ହୋଇଛନ୍ତି। ଦୁଇଟି ଆସନରୁ ଲଢ଼ିଥିବା ନବୀନ ଗୋଟିଏ ଆସନରେ ପରାସ୍ତ ହୋଇଛନ୍ତି।କଣ୍ଟାବାଞ୍ଜି ଆସନରୁ ନବୀନ ୧୬ହଜାରରୁ ଅଧିକ ଭୋଟରେ ପରାସ୍ତ ହୋଇଥିବା ବେଳେ ହିଞ୍ଜିଳି ଆସନରୁ ମାତ୍ର ୪ହଜାରରୁ ଅଧିକ ଭୋଟରେ ବିଜୟ ହୋଇଛନ୍ତି। ବିଧାନସଭା ନିର୍ବାଚନରେ ୫୧ଟି ସିଟ୍‌ ଜିତିଥିବା ବିଜେଡି ଲୋକସଭା ନିର୍ବାଚନରେ ବିପର୍ଯ୍ୟୟରେ ସମ୍ମୁଖୀନ ହୋଇଛି। ଦଳକୁ ଗୋଟିଏ ବି ଆସନ ମିଳିନାହିଁ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!