ପୁରୀ,,୫।୬: ଆଜି ଜ୍ୟେଷ୍ଠ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆପାତତଃ ସନ୍ଧ୍ୟା ୭ଟାରୁ ରାତି ସାଢେ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |