ଭୁବନେଶ୍ୱର,୫।୬: ରାଜ୍ୟରେ ବନ୍ଦ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ) । ବିଏସକେୱାଇ ବଦଳରେ ରାଜ୍ୟରେ କେନ୍ଦ୍ର ସରକାରଙ୍କର ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯିବ । ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଘୋଷଣା କରିଛନ୍ତି ।ମନମୋହନ କହିଛନ୍ତି, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧିନରେ ଲୋକଙ୍କୁ କମ୍ ସୁବିଧା ମିଳୁଥିଲା । ମାତ୍ର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ପରେ ଲୋକମାନେ ଅଧିକ ସୁବିଧା ପାଇ ପାରିବେ । କେନ୍ଦ୍ର ସରକାରଙ୍କ ଏହି ଯୋଜନା ଦ୍ୱାରା ଲୋକମାନେ ବିଶେଷ ଭାବେ ଉପକୃତ ହୋଇପାରିବେ । ୬ ତାରିଖ ଦିନ ନେତା ଚୟନ ପାଇଁ ଯେଉଁ ଦିନ ଧାର୍ଯ୍ୟ ହୋଇଥିଲା ତାହା ଟିକେ ବିଳମ୍ବ ହୋଇପାରେ । ବିଜେପିର ସଂସଦୀୟ ବୋର୍ଡ ଯେଉଁ ନିଷ୍ପତ୍ତି ନେବେ, ତାହା ଫାଇନାଲ ହେବ । ଆସନ୍ତା ୧୦ ତାରିଖରେ ଜଣେ ଓଡ଼ିଆ ପୁଅ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ସେ କହିଛନ୍ତି ।ରାଜ୍ୟରେ ସରକାର ବଦଳୁଥିବା ଦେଖି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ(BSKY)କୁ ଆଉ ଗ୍ରହଣ କରାଯାଉ ନାହିଁ। ନୂଆ ସରକାର ଆସିଥିଲେ BSKY କାମ କରିବନି କହି କେଉଁଠି ରୋଗୀଙ୍କୁ ଫେରାଇ ଦିଆଯାଉଛି ତ ଆଉ କେଉଁଠି ନିଜ ଖର୍ଚ୍ଚରେ ଚିକିତ୍ସା ପାଇଁ କୁହାଯାଉଛି। ରାଜ୍ୟର କିଛି ଘରୋଇ ମେଡ଼ିକାଲ୍ ଏବଂ କ୍ଲିନିକ ପକ୍ଷରୁ ରୋଗୀଙ୍କୁ ଫେରାଇ ଦିଆଯାଉଥିବା ଅଭିଯୋଗ ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |