ଭୁବନେଶ୍ୱର,,୬।୬: ରାଜ୍ୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ) ଚାଲୁ ରହିଛି। ଏ ସଂକ୍ରାନ୍ତରେ ସ୍ପଷ୍ଟୀକରଣ ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ। ରାଜ୍ୟରେ ସରକାର ବଦଳିବା ପରେ ଘରୋଇ ଡାକ୍ତରଖାନାଗୁଡ଼ିକ ବିଏସକେୱାଇ କାର୍ଡରେ ରୋଗୀଙ୍କ ଚିକିତ୍ସା କରୁ ନ ଥିବା ଅଭିଯୋଗ ଆସିଥିଲା। ଏହା ଉପରେ ସ୍ୱାସ୍ଥ୍ୟ ବିଭାଗ ସ୍ପଷ୍ଟୀକରଣ ରଖିଛି। ଘରୋଇ ଡାକ୍ତରଖାନାଗୁଡ଼ିକ ସହିତ ରାଜ୍ୟ ସରକାରଙ୍କ ବୁଝାମଣା ପତ୍ର (ଏମଓୟୁ) ବଳବତ୍ତର ରହିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ବର୍ତ୍ତମାନ ସମୟରେ ଜନସାଧାରଣ ପୂର୍ବପରି ବିଏସକେୱାଇ ଜରିଆରେ ସ୍ୱାସ୍ଥ୍ୟସେବା ପାଇପାରିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |