ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୭।୬: ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଅନ୍ତରୀଣ ଜାମିନ୍‌। ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରା ଜଜ ତାଙ୍କୁ ତିନିଦିନ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି।  ୩ ଦିନ ପାଇଁ ଅନ୍ତରୀଣ ଜାମିନ ଦେଲେ ଏଡିଜେ-୧ । ଆସନ୍ତା ୯, ୧୦ ଓ ୧୧ ତାରିଖ ପାଇଁ ଅନ୍ତରୀଣ ଜାମିନ ଦେଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ବୁଥ୍ ରେ ଭଙ୍ଗାରୁଜା ଅଭିଯୋଗରେ ଗିରଫ ହୋଇଥିଲେ ପ୍ରଶାନ୍ତ ।ଚଳିତ ନିର୍ବାଚନରେ ପ୍ରଶାନ୍ତ ଜଗଦ୍ଦେବ ଖୋର୍ଦ୍ଧା ବିଧାନସଭାରୁ ବିଜେପିରୁ ବିଧାୟକ ପ୍ରାର୍ଥୀ ହୋଇଥିଲେ। ନିର୍ବାଚନ ଦିନ ସେ ବୋଲଗଡ ବ୍ଲକ୍‌ କାଉଁରିପାଟଣା ୧୧୪ ନମ୍ୱର ବୁଥ୍‌କୁ ଭୋଟ୍‌ ଦେବା ପାଇଁ ଆସିଥିଲେ। ସେଠାରେ ସେ ଇଭିଏମ୍‌ ଭଙ୍ଗିଥିବା ଅଭିଯୋଗ ହୋଇଥିଲା। ବୁଥ୍‌ର ପ୍ରିଜାଇଡିଂ ଅଫିସରଙ୍କ ଅଭିଯୋଗ କ୍ରମେ ପୁଲିସ୍‌ ତାଙ୍କୁ ଗିରଫ କରିଥିଲା। ଗିରଫ ପରେ ପୁଲିସ୍‌ ତାଙ୍କୁ ଚାଲାଣ କରିଦେଇଥିଲା।ସେପଟେ ଗତ କିଛିଦିନ ତଳେ କଟକ ମେଡିକାଲ ଯାଇ ପ୍ରଶାନ୍ତଙ୍କୁ ଭେଟିଥିଲେ ଅପରାଜିତା । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ କଟକ SCBରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥତା ଯୋଗୁଁ ଖୋର୍ଦ୍ଧା ଜେଲରୁ କଟକ ବଡମେଡିକାଲ ଅଣାଯାଇଥିଲା । ଓକିଲଙ୍କ ଆବେଦନ ଆଧାରରେ ମେଡିକାଲରେ ଭର୍ତ୍ତି ହୋଇଥିଲେ ପ୍ରଶାନ୍ତ ଜଗଦ୍ଦେବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!