ଭୁବନେଶ୍ୱର,୮।୬:ନିର୍ବାଚନରେ ଶୋଚନୀୟ ବିପର୍ଯ୍ୟୟ ପରେ ବିଜୁ ପଟ୍ଟନାୟକଙ୍କ ନାତି ତଥା ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ ଓଡିଶା ଆସିଥିବା ସୂଚନା ମିଳିଛି। ଶୁକ୍ରବାର ସନ୍ଧ୍ୟାରେ ସେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ସହ ସେ ଦିଲ୍ଲୀରୁ ଆସି ସିଧାସଳଖ ନବୀନ ନିବାସ ଯାଇଥିଲେ। ବିମାନ ବନ୍ଦରରେ ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଉଭୟ ଅରୁଣ ଓ ପାଣ୍ଡିଆନଙ୍କୁ ସ୍ଵାଗତ କରିଥିଲେ। ସମସ୍ତେ ନବୀନ ନିବାସରେ କିଛି ସମୟ ବିତାଇବା ପରେ ପାଣ୍ଡିଆନ ଓ ପ୍ରଣବ ପ୍ରକାଶ ଦାସ ନିଜ ଘରକୁ ଫେରିଛନ୍ତି। ବିଜେଡିର ଶୋଚନୀୟ ପରାଜୟ ପରେ ବିଜୁ ପଟ୍ଟନାୟକଙ୍କ ନାତି ଅରୁଣ ପଟ୍ଟନାୟକ ଶୁକ୍ରବାର ଓଡ଼ିଶା ଆସିଛନ୍ତି। ତେବେ ଅରୁଣଙ୍କ ଅଚାନକ ଭୁବନେଶ୍ୱର ଆଗମନକୁ ନେଇ ରାଜନୀତି ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି । ନବୀନଙ୍କ ଉତ୍ତରାଧିକାରୀ ହୋଇ ଅରୁଣ ବିଜେଡିର ନେତୃତ୍ୱ ନେବେ ନା ନବୀନଙ୍କୁ ସାନ୍ତ୍ୱନା ଦେଇ ପୁଣିଥରେ ଦିଲ୍ଲୀ ଫେରିଯିବେ ତାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି । ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକଙ୍କ ପୁଅ ଅରୁଣ ଶୁକ୍ରବାର ସାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସେ ଏକା ନୁହନ୍ତି କାର୍ତ୍ତିକ ପାଣ୍ଡିଆନ୍ ମଧ୍ୟ ତାଙ୍କ ସହ ଆସିଛନ୍ତି। ଉଭୟଙ୍କ ଆସିବାକୁ ନେଇ ଏବେ ଚର୍ଚ୍ଚା। ଅନ୍ୟପଟେ, ବିଜେଡିର ପରାଜୟକୁ ନେଇ ପାଣ୍ଡିଆନ୍ଙ୍କୁ ଦାୟୀ କରାଯାଉଛି। ଦଳର ଏଭଳି ପ୍ରଦର୍ଶନ ପରେ ଏବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଗକୁ ଆସି ସିଧାସଳଖ ଦଳର ବିଧାୟକ ଓ ପରାଜିତ ପ୍ରାର୍ଥୀ ଓ ଅନ୍ୟମାନଙ୍କୁ ସିଧାସଳଖ ଭେଟୁଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |