ଭୁବନେଶ୍ୱର,୮।୬:ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ପଶ୍ଚିମବଙ୍ଗ ନାରାୟଣଗର ଜାତୀୟ ରାଜପଥର ୧୬ ନମ୍ବର ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରେ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି।ଆଜି ସକାଳେ ଯାତ୍ରୀବାହୀ ବସ୍ଟି ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ କୋଲକାତା ଅଭିମୁଖେ ଯାଉଥିଲା। ପଶ୍ଚିମବଙ୍ଗ ନାରାୟଣଗରର ଜାତୀୟ ରାଜପଥର ୧୬ ନମ୍ବର ନିକଟରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ପ୍ରଥମେ ମକ୍ରମପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କୁ ମେଦିନପୁରକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାରେ ୨ ଜଣ ଯାତ୍ରୀଙ୍କର ଗୋଡ଼ କଟିଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |