ଶପଥ ନେବେ ପ୍ରଧାନମନ୍ତ୍ରୀ ,ଶପଥ ଗ୍ରହଣ ପୂର୍ବରୁ ବାପୁଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୯।୬:ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ । ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେବେ ନରେନ୍ଦ୍ର ମୋଦି । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ସନ୍ଧ୍ୟା ୭ଟା ୧୫ରେ ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ରାଷ୍ଟ୍ରପତି ଭବନରେ ହୋଇଛି ଭବ୍ୟ ଆୟୋଜନ ।ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ ପୂର୍ବରୁ ରାଜଘାଟରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୋଦି।ସେହିପରି ସଦୈବ ଅଟଳରେ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜିଳି ଦେଇଥିଲେ ପ୍ରଧାନମନ୍ତ୍ରୀ ମୋଦି । ପରେ ଜାତୀୟ ଯୁଦ୍ଧ ସ୍ମାରକୀରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପିଏମ।ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ମୋଦି ଶପଥ ନେବାକୁ ଥିବା ବେଳେ, ତାଙ୍କ ସହ କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିବେ । ତେବେ କାହାକୁ କେଉଁ ମନ୍ତ୍ରୀ ପଦ ମିଳିବ ଏବଂ କ୍ୟାବିନେଟର ରୂପରେଖ କଣ ରହିବ, ତାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି । ଶପଥ ଉତ୍ସବରେ ସାମିଲ ହେବେ ୭ ପଡ଼ୋଶୀ ଏବଂ ଭାରତ ମହାସାଗର କ୍ଷେତ୍ର ଅନ୍ତର୍ଗତ ଦେଶର ଶୀର୍ଷ ନେତାଙ୍କ ସମେତ ପ୍ରାୟ ୮ ହଜାର ଅତିଥି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!