ମୋଦୀ ମନ୍ତ୍ରୀମଣ୍ଡଳର ବିଭାଗ ବଣ୍ଟନ

ନୂଆଦିଲ୍ଲୀ,୧୦।୬: ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲଗାତାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ପାଠ କରିଛନ୍ତି । ଏହାପରେ ଆଜି ମୋଦୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ ଆରମ୍ଭ କରିଛନ୍ତି । ଏହା ପିଏମ ମୋଦୀଙ୍କ ତୃତୀୟ ପାଳିର ପ୍ରଥମ କ୍ୟାବିନେଟ ବୈଠକ । ଏହି ବୈଠକରେ ଜେପି ନଡ୍ଡା, ଅମିତ ଶାହା, ରାଜନାଥ ସିଂ ଉପସ୍ଥିତ ଅଛନ୍ତି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରିଛନ୍ତି। ଓଡ଼ିଶାର ୨ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ରେଳ ସୂଚନା ଓ ପ୍ରସାରଣ ଏବଂ ଧମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷା ବିଭାଗ ମିଳିଛି। ସେହିପରି ଜୁଏଲ ଓରାମଙ୍କୁ ଆଦିବାସୀ କଲ୍ୟାଣ ବିଭାଗ ମିଳିଛି। ପୂର୍ବରୁ ମଧ୍ୟ ଧମେନ୍ଦ୍ରଙ୍କ ହାତରେ ଶିକ୍ଷା ବିଭାଗ ରହିଥିଲା।ସେହିପରି ରାଜନାଥ ସିଂଙ୍କୁ ପ୍ରତିରକ୍ଷା, ଅମିତ ଶାହାଙ୍କୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ, ଶିବରାଜ ସିଂ ଚୌହାନଙ୍କୁ କୃଷି, ଗ୍ରାମ୍ୟ ଉନ୍ନୟନ, ନିର୍ମଳା ସୀତାରମଣଙ୍କୁ ଅର୍ଥ, ଏସ୍‌. ଜୟଶଙ୍କରଙ୍କୁ ବୈଦେଶିକ ବ୍ୟାପାର, ମନୋହର ଲାଲ ଖଟ୍ଟରଙ୍କୁ ଶକ୍ତି, ସହରାଞ୍ଚଳ ବିକାଶ ଓ ଗୃହ ନିର୍ମାଣ ଦାୟିତ୍ୱ ମିଳିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!