ମୋହନ ମାଝୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୬:   ମଙ୍ଗଳବାର ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ମୋହନ ଚରଣ ମାଝୀ ହେଲେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ଭୁବନେଶ୍ବର ଜନତା ମୈଦାନରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ନେବେ ଶପଥ ।ମୁଖ୍ୟମନ୍ତ୍ରୀ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହୋଇଛି । କନକ ବର୍ଦ୍ଧନ ସିଂହଦେଓ ହେବେ ଉପମୁଖ୍ୟମନ୍ତ୍ରୀ । ପ୍ରଭାତୀ ପରିଡ଼ା ମଧ୍ୟ ହେବେ ଉପମୁଖ୍ୟମନ୍ତ୍ରୀ । ଉଭୟଙ୍କ ନାଁ ଘୋଷଣା କଲେ ରାଜନାଥ ସିଂହ । ପର୍ଯ୍ୟବେକ୍ଷକ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବଙ୍କ ନେତୃତ୍ୱରେ ଭୁବନେଶ୍ୱରସ୍ଥିତ ଭାଜପା କାର୍ଯ୍ୟାଳୟଠାରେ ବିଧାୟକ ଦଳର ବୈଠକ ବସିଥିଲା। ବୈଠକରେ ସର୍ବସମ୍ମତିକ୍ରମେ ବିଧାୟକ ଦଳର ନେତା ଭାବେ ମୋହନଙ୍କ ନାଁ ଚୟନ କରାଯାଇଥିଲା। ସୂଚନାଯୋଗ୍ୟ, ୨୦୨୪ ବିଧାନସଭା ନିର୍ବାଚନରେ ଭାଜପା ୭୮ ଆସନ ଜିତି ବହୁମତ ହାସଲ କରିଛି। ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅପରାଜିତା ଷଡ଼ଙ୍ଗୀ, ପ୍ରତାପ ଷଡ଼ଙ୍ଗୀ, ବୈଜୟନ୍ତ ପଣ୍ଡା, ସମ୍ବିତ ପାତ୍ରଙ୍କ ସହ ତୁଙ୍ଗ ନେତା ଉପସ୍ଥିତ ଥିଲେ। ମୋହନ କେନ୍ଦୁଝର ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!