ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ

ଭୁବନେଶ୍ୱର,୧୨।୬:କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ହୋଇଛି ଭବ୍ୟ ଆୟୋଜନ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ। ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା ହେବା ପରେ ତାଙ୍କୁ ଅର୍ଡର ଅଫ୍ ଆପଏଣ୍ଟମେଣ୍ଟ ପ୍ରଦାନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏଥିସହ ତାଙ୍କୁ ରାଜ୍ୟରେ ସରକାର ଗଠନ ଲାଗି ଆମନ୍ତ୍ରଣ କରିଛନ୍ତି।ମୁଖ୍ୟମନ୍ତ୍ରୀ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ମଧ୍ୟ ଘୋଷଣା ହୋଇଛି। ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଏବଂ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା ହେବେ ଉପମୁଖ୍ୟମନ୍ତ୍ରୀ।ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ମୋହନ ମାଝୀଙ୍କ ବରପୁତ୍ରଙ୍କୁ ମାଲ୍ୟାର୍ପଣ କାର୍ଯ୍ୟକ୍ରମ । ଗୋପବନ୍ଧୁ ଛକରେ ବରପୁତ୍ରଙ୍କୁ ମାଲ୍ୟାର୍ପଣ କରିଲେ ମୋହନ ମାଝୀ । ମାଲ୍ୟାର୍ପଣ ପୂର୍ବରୁ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଲେ ମୋହନ ମାଝୀ । କହିଲେ- ‘ଶପଥ ପାଠ ପରେ ଶହେ ଦିନର କାର୍ଯ୍ୟକ୍ରମ ବାବଦରେ ଅବଗତ କରାଇବୁ’ ।‘ସାଢ଼େ ୪ କୋଟି ଓଡ଼ିଆଙ୍କ ବିକାଶ ପାଇଁ କାମ ଆରମ୍ଭ ହେବ, ପ୍ରଥମେ ଗୋପବନ୍ଧୁ ଛକରେ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ମାଝୀ । ତାଙ୍କ ସହ ଉପସ୍ଥିତ ଥିଲେ କେଭି ସିଂହଦେଓ ଓ ପ୍ରଭାତି ପରିଡ଼ା । ସେମାନେ ମଧ୍ୟ ମାଲ୍ୟାର୍ପଣ କରିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!