ଭୁବନେଶ୍ୱର,୧୨ା୬:ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଶପଥ ପାଠ କରାଇଛନ୍ତି । ମୋହନ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ନେଇଛନ୍ତି । ସେହିପରି ୧୩ ଜଣ ମନ୍ତ୍ରୀ ମଧ୍ୟ ଆଜି ଶପଥ ନେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହ ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ଉପସ୍ଥିତରେ ଶପଥ ନେଲେ ମୋହନ ମାଝୀ । ସେହିପରି ଏହି ଭବ୍ୟ ଶପଥ ଗ୍ରହଣ ସମାରୋହରେ ଯୋଗୀ ଆଦିତ୍ୟନାଥଙ୍କ ସହ ପ୍ରାୟ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ ।ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ୮ ଜଣ କ୍ୟାବିନେଟ୍ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି । କ୍ୟାବିନେଟ୍ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଜେନା, କୃଷ୍ଣଚନ୍ଦ୍ର ମହାପାତ୍ର ଶପଥ ନେଇଛନ୍ତି । ସେହିପରି ରାଷ୍ଟ୍ରମନ୍ତ୍ରୀ ଭାବେ ୫ ଜଣ ଶପଥ ନେଇଛନ୍ତି । ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ, ସଂପଦ ସ୍ବାଇଁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।ଦିର୍ଘ ଚାରି ବର୍ଷର ବ୍ୟବଧାନ ପରେ ଓଡ଼ିଶା ସଚିବାଳୟ ବା ଲୋକସେବା ଭବନକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ ଅନୁମତି ମିଳିଛି। ସମ୍ବାଦିକଙ୍କ ପାଇଁ ଲୋକସେବା ଭବନ ଖୋଲିଲେ ନୂଆ ସରକାର । ଦୀର୍ଘ ୪ ବର୍ଷ ପରେ ଲୋକସେବା ଭବନକୁ ଗଲେ ଗଣମାଧ୍ୟମ ପ୍ରତିନିଧି । ୪ ବର୍ଷ ପରେ ଲୋକସେବା ଭବନକୁ ପ୍ରବେଶ ଅନୁମତି ମିଳିଲା । ୨୦୨୦ ମାର୍ଚ୍ଚ ମାସଠାରୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ଲୋକସେବା ଭବନକୁ ପ୍ରବେଶ ମନା ଥିଲା । କୋଭିଡ୍-୧୯ ଆଳରେ ପୂର୍ବ ସରକାର ଏହି କଟକଣା ଲଗାଇଥିଲେ । କିନ୍ତୁ ନୂଆ ସରକାର ଶପଥ ନେବାର କିଛି ସମୟ ମଧ୍ୟରେ ହିଁ ସାମ୍ବାଦିକଙ୍କୁ ମିଳିଛି ଲୋକସେବା ଭବନ ପାଇଁ ପ୍ରବେଶ ଅନୁମତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |