ଭୁବନେଶ୍ୱର,୧୨।୬: ଓଡ଼ିଶାରେ ବିଜେପି ସରକାର ଗଢ଼ିଲା ପରେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିଛନ୍ତି। ସେହିପରି କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୋହନ୍ଙ୍କ ୮ ଜଣ କ୍ୟାବିନେଟ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ଗ୍ରହଣ ପରେ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ଘୋଷଣା କରିଛି। ସୁରମା ପାଢ଼ୀଙ୍କୁ ଭାରତୀୟ ଜନତା ପାର୍ଟି (ବିଜେପି) ବାଚସ୍ପତି କରିଛି।ବାଚସ୍ପତି ଘୋଷଣା ନେଇ ନୟାଗଡ଼ ଜିଲ୍ଲା ରଣପୁର ବିଧାୟିକା ସୁରମା ପାଢ଼ୀ ଗଣମାଧ୍ୟମକୁ କହିଛନ୍ତି, ବିକଶିତ ଭାରତ, ବିକଶିତ ଓଡ଼ିଶା ଗଠନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଂକଳ୍ପ ନେଇଛନ୍ତି। ଓଡ଼ିଶାକୁ ସମୃଦ୍ଧ କରିବା ପାଇଁ ରାଜ୍ୟ ସରକାର କାମ କରିବ। ଓଡ଼ିଶାରେ ବିକାଶ ଧାରା ଜାରି ରଖିବାକୁ ଉଦ୍ୟମ କରିବି। ଦଳ ଯେଉଁ ଦାୟିତ୍ବ ଦେବ, ତାହା ସୂଚାରୁ ରୂପେ ତୁଲାଇବି। ଅଧିବେଶନ ସମୟରେ ଗୃହ ଚଳାଇବା ପାଇଁ ଚ୍ୟାଲେଞ୍ଜ ପରିସ୍ଥିତିକୁ ସାମ୍ନା କରିବାକୁ ହୋଇଥାଏ। ମୁଲତବୀ, ହଟ୍ଟଗୋଳ ଓ ବିରୋଧୀଙ୍କୁ ପରିଚାଳନା କରିବା କଠିନ କାମ। ତଥାପି ଏହାକୁ ମୁକାବିଲା କରିବାକୁ ପ୍ରସ୍ତୁତ ଅଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |