ଚତୁର୍ଥଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ

ନୂଆଦିଲ୍ଲୀ,୧୨।୬: ଆନ୍ଧ୍ରପ୍ରଦେଶରେ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହ ଜନସେନା ପାର୍ଟି ମୁଖ୍ୟ ପୱନ କଲ୍ୟାଣ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ଜେପି ନଡ୍ଡା, ଚିରାଗ ପାସୱାନ, ଜିତନ ରାମ ମାଂଝୀ, ରାମ ମୋହନ ନାଇଡୁ ଏବଂ ନାରା ନାଇଡୁଙ୍କ ସମେତ ଉଭୟ ଦଳର ବହୁ ନେତା ଉପସ୍ଥିତ ଥିଲେ।ଚନ୍ଦ୍ରବାବୁ ନାଇଡୁଙ୍କ ସହ ଜନସେନା ପାର୍ଟିର ମୁଖ୍ୟ ପବନକଲ୍ୟାଣ ମଧ୍ୟ ନୂଆ ସରକାରରେ ଶପଥ ନେଇଛନ୍ତି। ସେ ଆନ୍ଧ୍ରପ୍ରଦେଶର ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସେହିଭଳି ଟିଡିପିର ନାରା ଲୋକେଶ ମଧ୍ୟ ଶପଥଗ୍ରହଣ ନେଇଛନ୍ତି।ନାଇଡୁ ସରକାରରେ ଟିଡିପିର ୨୧ ଜଣ ମନ୍ତ୍ରୀ, ଜନସେନାର ଦୁଇଜଣ ଏବଂ ଭାଜପାର ଜଣେ ମନ୍ତ୍ରୀ ହେଉଛନ୍ତି। ଏହାପୂର୍ବରୁ ମଙ୍ଗଳବାର ଟିଡିପି ଏବଂ ଏନଡିଏ ଚନ୍ଦ୍ରବାବୁ ନାଇଡୁଙ୍କୁ ସେମାନଙ୍କର ବିଧାନସଭା ଦଳର ନେତା ଭାବରେ ମନୋନୀତ କରିଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!