ଆଜି ରୁକ୍ମିଣୀ ହରଣ ଏକାଦଶୀ

 ପୁରୀ,୧୮।୬:ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି। ଏହି ଦିନକୁ ରୁକ୍ମିଣୀ ହରଣ ଏକାଦଶୀ ବୋଲି କୁହାଯାଏ। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ।ଏହି ବିବାହ ମହୋତ୍ସବ ନିମନ୍ତେ ମା’ ଲକ୍ଷ୍ମୀ ଠାକୁରାଣୀ ସାଜିବେ ଦେବୀ ରୁକ୍ମିଣୀ । ଶ୍ରୀମଦନମୋହନ ସାଜିବେ ଶ୍ରୀକୃଷ୍ଣ। ଏହି ଅବସରରେ ଠାକୁର-ଠାକୁରାଣୀଙ୍କ ଦେବ ବିବାହ ନୀତି ସମ୍ପନ୍ନ ହେବ ।ଶିଶୁପାଳ ରୁକ୍ମିଣୀଙ୍କୁ ବିବାହ କରିବାକୁ ଚାହୁଁଥିବା ଜାଣିପାରି ତାଙ୍କୁ ବାଟରୁ ହରଣ କରିନେବାକୁ ଦେବୀ ଗୁପ୍ତରେ ଶ୍ରୀକୃଷ୍ଣଙ୍କୁ ଚିଠି ଲେଖି ଜଣାଇଥିଲେ । ତେଣୁ ଏହି ପରମ୍ପରା ମୁତାବକ ବିମଳାଙ୍କ ମନ୍ଦିରରେ ପୂଜା ସାରି ଫେରିବା ବାଟରେ ରୁକ୍ମିଣୀରୂପୀ ମା’ଲକ୍ଷ୍ମୀ ଠାକୁରାଣୀଙ୍କୁ ଶ୍ରୀକୃଷ୍ଣରୂପୀ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ହରଣ କରିନେବେ। ବାଟରେ ଶିଶୁପାଳ ପ୍ରତିରୋଧ କରିବେ । ଘମାଘୋଟ ଲଢ଼େଇ ପରେ ଶିଶୁପାଳ ପରାସ୍ତ ହୋଇ ବନ୍ଦୀ ହେବେ।ସେବକମାନେ ଦେବତାଙ୍କ ପକ୍ଷରୁ ଏହି ନୀତି ସମ୍ପାଦନ କରିବେ। ରାତିରେ ମହାପ୍ରଭୁଙ୍କ ସହିତ ରୁକ୍ମିଣୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହେବ ଏଥି ସହିତ ଭିତର ଚନ୍ଦନ ଯାତ୍ରା ଅବସରରେ ମହାପ୍ରଭୁଙ୍କ ଜଳକ୍ରୀଡ଼ା ବିଧି ଅନୁଷ୍ଠିତ ହେବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!