କୃଷକଙ୍କ ଆକାଉଣ୍ଟକୁ ଗଲା କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି

ବାରାଣସୀ,୧୮।୬:କୃଷକଙ୍କ ଆକାଉଣ୍ଟକୁ ଗଲା କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି| ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି ମଙ୍ଗଳବାର ନିଜ ସଂସଦୀୟ କ୍ଷେତ୍ର ବାରାଣାସୀ ଗ୍ରସ୍ତ କରିଛନ୍ତି। ଏହି ପରିପେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦି କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଦାନ କରିଛନ୍ତି। ଫଳରେ ୨୦ ହଜାର କୋଟି ଟଙ୍କା କୃଷକଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଇଛି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନ ନିଧି ଯୋଜନାର ୧୭ତମ କିସ୍ତି ବାରାଣସୀରେ ଜାରି କରିଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୃଷି ସଖି ଭାବରେ ତାଲିମ ପ୍ରାପ୍ତ ସ୍ୱୟଂ ସହାୟକ ଗୋଷ୍ଠୀକୁ ପ୍ରମାଣପତ୍ର ପ୍ରଦାନ କରିଛନ୍ତି। ପିଏମ୍ କିଷାନ ନିଧି ଯୋଜନାର ୧୭ତମ କିସ୍ତି ଜାରି ସହିତ ଦୁଇ ହଜାର ଟଙ୍କା ଚାଷୀଙ୍କ ଆକାଉଣ୍ଟରେ ପହଞ୍ଚିଛି।ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଅଧୀନରେ ୨୦ହଜାର କୋଟିରୁ ଅଧିକ ଟଙ୍କା ଦେଶର ୯.୬୦ କୋଟି ଚାଷୀଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଇଛି। ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ମୋଦି ବାରାଣସୀ ଆସି ସଂସଦୀୟ କ୍ଷେତ୍ରର ଭୋଟରଙ୍କୁ କୃତଜ୍ଞତା ଜଣାଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!