ଜୁଲାଇ ୮ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ପୁରୀ,୧୯ା୬: ଆସନ୍ତା ଜୁଲାଇ ୮ତାରିଖରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ।  ଏଥିଲାଗି ରତ୍ନଭଣ୍ଡାରର ବାହାର ପାଶ୍ୱର୍ କାନ୍ଥରେ ଲେଜର ସ୍କାନିଂ କରାଯାଇଛି । ଏହାରା ସମ୍ପୂର୍ଣ୍ଣ ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି ହେବା ନେଇ ଏଏସଆଇ ସୁପରିଣ୍ଟେଣ୍ଡେଣ୍ଟ ଡା. ଡିବି ଗଡ଼ନାୟକ ସୂଚନା ଦେଇଛନ୍ତି ।  ରତ୍ନଭଣ୍ଡାର ବାହାର ପାର୍ଶ୍ୱ କାନ୍ଥ ଲେଜର ସ୍କାନିଂ କରାଯାଇଛି । ସ୍କାନିଂରେ କ୍ରାକ୍‌ ଥିବା ଜଣାପଡିଛି, ପାଣି ଜକଉ ଥାଇପାରେ । ଏହାକୁ ଖୋଲାଯାଇ ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ । ଏଏସଆଇ ସୁପରିଣ୍ଟେଣ୍ଡେଣ୍ଟ ଡା. ଡିବି ଗଡ଼ନାୟକଙ୍କ କହିବାନୁଯାୟୀ ରତ୍ନଭଣ୍ଡାର ବାହାର ପାଶ୍ୱର୍ କାନ୍ଥରେ ଲେଜର ସ୍କାନିଂ କରାଯାଇଛି । ଏଥିରେ ଅନେକ ସ୍ଥାନରେ କ୍ରାକ ରହିଥିବା ଜଣାପଡ଼ିଛି । ରତ୍ନଭଣ୍ଡାର ଖୋଲିବା ପାଇଁ ସ୍ୱତନ୍ତ୍ର ଟିମ ଗଠନ କରାଯାଇଛି । ସେମାନେ ରତ୍ନଭଣ୍ଡାରର ସ୍ଥିତି ଅନୁଧ୍ୟାନ ଓ ଯାଞ୍ଚ କରିବେ । କୋର କମିଟି ଏବଂ ଟେକ୍ନିକାଲ କମିଟିଙ୍କ ଉପସ୍ଥିତିରେ ରତ୍ନଭଣ୍ଡାର ଖୋଲାଯିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!