ରାଜ୍ୟରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା

ଭୁବନେଶ୍ୱର, ୧୯।୬: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟର ଆଉକିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।ଗତକାଲି କାଳବୈଶାଖୀର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଯାଇଛି । ଗତକାଲି ଅପରାହ୍ଣ ସୁଦ୍ଧା କଟକରେ ସର୍ବାଧିକ ୨୩ ମିଲିମିଟର ବର୍ଷା ରେକର୍ଡ ହୋଇଥିଲା । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!