ବାଲେଶ୍ବର ,୨୦।୬:ଆଜିଠୁ ବାଲେଶ୍ୱର ପୌରାଞ୍ଚଳରେ କୋହଳ ହୋଇଛି କର୍ଫ୍ୟୁ। ଆଜି ୪ ଘଣ୍ଟା ପାଇଁ କୋହଳ କରାଯାଇଛି । ସକାଳ ୭ଟାଠାରୁ ଦିନ ୧୧ଟା ପର୍ପ୍ୟନ୍ତ କୋହଳ ରହିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଏହା ସହିତ କେବଳ ଲ୍ୟାଣ୍ଡଲାଇନ୍ ଫୋନ୍ରେ ଇଣ୍ଟରନେଟ୍ ସେବା ମିଳିବ। ପ୍ରଥମ ପର୍ଯ୍ୟାୟ ବ୍ୟାଙ୍କ ସମେତ ବ୍ୟବସାୟିକ ପ୍ରତିଷ୍ଠାନକୁ ଇଣ୍ଟରନେଟ୍ ସେବାମିଳିବ।ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ସମୟ ମଧ୍ୟରେ ଲୋକେ ନିଜ ପାଇଁ ଆବଶ୍ୟକୀୟ ସାମଗ୍ରୀ କିଣିପାରିବେ। ଏଥିସହ ଲିଜ୍ ଲାଇନରେ ଇଣ୍ଟରନେଟ୍ ସେବା ଯୋଗାଇଦେବାକୁ ନିଷ୍ପତ୍ତି ହୋଇଛି।। କିନ୍ତୁ ମୋବାଇଲ୍ ନେଟୱର୍କରେ ଇଣ୍ଟରନେଟ ସୁବିଧା ମିଳିବ ନାହିଁ।ସମୀକ୍ଷା ବୈଠକରେ ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, ଏସପି ସାଗରିକା ନାଥ, ଜିଲ୍ଲାପାଳ ଆଶିଷ ଠାକରେ ଓ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |