ଭୁବନେଶ୍ୱର,୨୦ା୬: ରଣପୁର ବିଧାୟିକା ସୁରମା ପାଢ଼ୀ ଗୁରୁବାର ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ବିଧାନସଭାର ନୂତନ ବାଚସ୍ପତି ଭାବେ ସୁରମା ପାଢ଼ୀ ନିର୍ବାଚିତ ହୋଇଛନ୍ତି । କାମଚଳା ବାଚସ୍ପତି ସୁରମା ପାଢ଼ୀଙ୍କୁ ନୂତନ ବାଚସ୍ପତି ଭାବେ ଘୋଷଣା କରିଛନ୍ତି । ନିର୍ବାଚିତ ହେବା ପରେ କାମଚଳା ବାଚସ୍ପତିଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରମା ପାଢ଼ୀ । ଏକମାତ୍ରା ପ୍ରାର୍ଥୀ ଥିବାରୁ ସର୍ବସମ୍ମତି କ୍ରମେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ପ୍ରମିଳା ମଲ୍ଲିକଙ୍କ ପରେ ଦ୍ୱିତୀୟ ମହିଳା ବାଚସ୍ପତି ହେଲେ ସୁରମା ପାଢୀ। ସୁରମା ପାଢୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ସମସ୍ତ ଦଳର ନେତା। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରମା ପାଢୀ। ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ସୁରମା। ଏଭଳି ଏକ ଆସନରେ ସେ ଦିନେ ବସିବେ ବୋଲି କେବେ ଭାବିନଥିଲେ। ନିରପକ୍ଷତାର ସହ ଗୃହ ପରିଚାଳନା କରିବି ବୋଲି କହିଛନ୍ତି।ବାଚସ୍ପତିଙ୍କୁ ଗୃହରେ ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ବିରୋଧୀଦଳ ନେତା, କଂଗ୍ରେସ ବିଧାୟକ ଦଳ ସଦସ୍ୟ ଶୁଭେଚ୍ଛା ଜଣାଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |