ନୂଆଦିଲ୍ଲୀ,୨୦।୬: ଓଡ଼ିଶାର ବରିଷ୍ଠ ଲୋକ ସଭା ଏମପି ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ତାଙ୍କୁ ଏହି ପଦବୀରେ ନିଯୁକ୍ତ କରାଯାଇଛି। କାମଚଳା ବାଚସ୍ପତି ଭାବେ ଭର୍ତ୍ତୃହରିଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ । ଲୋକସଭାକୁ ଲଗାତାର ସାତ ଥର ନିର୍ବାଚିତ ହୋଇଛନ୍ତି ଭର୍ତ୍ତୃହରି ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି ନିଯୁକ୍ତ ହୋଇଛନ୍ତି। ତାଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।ଲୋକସଭାକୁ ଲଗାତାର ୭ ଥର ନିର୍ବାଚିତ ହୋଇଛନ୍ତି ଭର୍ତ୍ତୃହରି। ସେ ୬ ଥର ବିଜେଡି ଟିକେଟରେ ଲୋକସଭାକୁ ନିର୍ବାଚିତ ହୋଇଥିବା ବେଳେ ଏଥର ବିଜେପି ଟିକେଟରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚନ ପୂର୍ବରୁ ସେ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ।ସମ୍ବିଧାନର ଅନୁଚ୍ଛେଦ ୯୫ (୧) ଦ୍ୱାରା ପ୍ରଦତ୍ତ କ୍ଷମତାର ଉପଯୋଗ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଲୋକସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତି ଦେଇଛନ୍ତି। ଲୋକସଭା ବାଚସ୍ପତି ନିର୍ବାଚନ ପର୍ଯ୍ୟନ୍ତ ସେ ବାଚସ୍ପତିଙ୍କ ଦାୟିତ୍ୱ ତୁଲାଇବେ। ଜୁନ୍ ୨୬ ତାରିଖରେ ବାଚସ୍ପତି ନିର୍ବାଚନ ହେବ। ତା’ପୂର୍ବରୁ କାମଚଳା ବାଚସ୍ପତି ଭାବେ ଭର୍ତ୍ତୃହରି ମହତାବ ଲୋକସଭାକୁ ନିର୍ବାଚିତ ହୋଇଆସିଥିବା ଜନପ୍ରତିନିଧିମାନଙ୍କୁ ସାଂସଦ ଭାବେ ଶପଥ ପାଠ କରାଇବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |