ଆଜି ଅନ୍ତର୍ଜାତୀୟ ଯୋଗ ଦିବସ : ଯୋଗ ପାଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଚଳିତ ବର୍ଷ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରୁଛି ସାରା ବିଶ୍ୱ। ଚଳିତ ବର୍ଷ ଏହି ଦିବସରେ ଥିମ୍‌‌ ରହିଛି ‘ନିଜ ଓ ସମାଜ ପାଇଁ ଯୋଗ’। ଏହି ଅବସରରେ ଶ୍ରୀନଗରରେ ଯୋଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଡାଲ୍‌‌ ହ୍ରଦ ନିକଟରେ ଥିବା ଶୈର-ଏ-କଶ୍ମୀର ଇଣ୍ଟରନ୍ୟାସନାଲ ସେଣ୍ଟରରେ ଆୟୋଜିତ ଯୋଗ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ପ୍ରାୟ ୭ହଜାର ଲୋକଙ୍କ ସହ ସାମିଲ ହୋଇ ଯୋଗ କରିଛନ୍ତି ମୋଦୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଯୋଗ ପ୍ରତି ସାରା ବିଶ୍ୱ ଆକର୍ଷିତ ହୋଇଛି। ଦିନକୁ ଦିନ ଅଧିକରୁ ଅଧିକ ଲୋକ ଯୋଗାଭ୍ୟାସ କରୁଛନ୍ତି। ଶରୀର ଓ ମନକୁ ସୁସ୍ଥ ରଖିବା ପାଇଁ ଯୋଗ ଅତ୍ୟନ୍ତ ଆବଶ୍ୟକ।ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଚଳିତ ବର୍ଷ ଫ୍ରାନ୍ସର ୧୦୧ ବର୍ଷ ବୟସ୍କା ମହିଳା ଯୋଗ ଶିକ୍ଷକଙ୍କୁ ଭାରତରେ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଛି। ସେ କେବେ ମଧ୍ୟ ଭାରତ ଆସିନାହାଁନ୍ତି, କିନ୍ତୁ ସେ ଯୋଗର ପ୍ରଚାର ପାଇଁ ନିଜର ସମଗ୍ର ଜୀବନକୁ ଉତ୍ସର୍ଗ କରିଛନ୍ତି। ଆଜି ସାରା ବିଶ୍ୱରେ ଯୋଗ କରୁଥିବା ଲୋକଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି, ଯୋଗ ପ୍ରତି ଆକର୍ଷିତ ହେଉଛି।କଶ୍ମୀରରୁ ଅନ୍ତର୍ଜାତୀୟ ଯୋଗ ଦିବସରେ ପ୍ରଧାନମନ୍ତ୍ରୀ ମୋଦି ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଦଶ ବର୍ଷ ପୂର୍ବେ ମୁଁ ମିଳିତ ଜାତିସଂଘରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରିବାକୁ ପ୍ରସ୍ତାବ ଦେଇଥିଲି। ଭାରତର ପ୍ରସ୍ତାବକୁ ୧୭୭ଦେଶ ସମର୍ଥନ କରିଥିଲେ, ଯାହା ଏକ ରେକର୍ଡ।ପ୍ରଧାନମନ୍ତ୍ରୀ ମୋଦି ଆହୁରି ମଧ୍ୟ କହିଛନ୍ତି, ଜମ୍ମୁ କଶ୍ମୀର ହେଉଛି ଯୋଗ ଅଭ୍ୟାସର ଦେଶ। ଯୋଗର ଯାତ୍ରା କ୍ରମାଗତ ଭାବରେ ଜାରି ରହିଛ। ଯୋଗ ପ୍ରତି ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି ପାଇଛି। ବିଶ୍ୱ ନେତାମାନେ ଯୋଗ ବିଷୟରେ କହୁଛନ୍ତି। ଯୋଗ ଉପରେ ବର୍ତ୍ତମାନ ଗବେଷଣା କରାଯାଉଛି। ଯୋଗ ପର୍ଯ୍ୟଟନର ଏକ ନୂଆ ଧାରା ଆରମ୍ଭ ହୋଇଛି ।
ବର୍ଷା ହେତୁ ଶ୍ରୀନଗରର ଶେର-ଇ-କାଶ୍ମୀର ଅନ୍ତର୍ଜାତୀୟ ସମ୍ମିଳନୀ କେନ୍ଦ୍ର ହଲରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହାପୂର୍ବରୁ ସାତ ହଜାର ଲୋକଙ୍କ ସହ ଡାଲ ହ୍ରଦ କୂଳରେ ଖୋଲା ଆକାଶରେ ଯୋଗ କରାଯିବାର ଥିଲା। କିନ୍ତୁ ବର୍ତ୍ତମାନ ଏହି କାର୍ଯ୍ୟକ୍ରମ ହଲରେ ଆୟୋଜିତ ହେଉଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!