ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ : ୨୪ ଜିଲ୍ଲାକୁ ଛୁଇଁଲା ମୌସୁମୀ

ଭୁବନେଶ୍ବର,୨୧।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ୨୪ ଜିଲ୍ଲାକୁ ଛୁଇଁଛି। ଗ୍ରୀଷ୍ମ ଲହରିରେ ବ୍ରେକ୍‌ ଲାଗିଛି। ଲୋକଙ୍କୁ ଆଶ୍ବସ୍ତି ମିଳିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ଏହି ସୂଚନା ଦିଆଯାଇଛି। ମୌସୁମୀ ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ପରିମାଣ ବଢ଼ିବ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, ଅନୁଗୁଳ, ମୟୂରଭଞ୍ଜ ଓ ଝାରସୁଗୁଡ଼ା ଜିଲ୍ଲାର କେତେକ ସ୍ଥାନରେ ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ସୂଚନା ମିଳିଛି ।ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, ପୁରୀ, ନୟାଗଡ଼, ନବରଂଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଦେବଗଡ଼। ତେବେ ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ବାଲେଶ୍ବର ଜିଲ୍ଲାର ଅଧିକାଂଶ ଅଞ୍ଚଳକୁ ମୌସୁମୀ ପହଞ୍ଚି ଥିବା ବେଳେ ସୁନ୍ଦରଗଡ଼ ଓ ମୟୂରଭଂଜ ଜିଲ୍ଲାର କିଛି ସ୍ଥାନକୁ ମୌସୁମୀ ପହଞ୍ଚିଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଦିନେ ଦୁଇଦିନ ମଧ୍ୟରେ ରାଜ୍ୟର ଅନ୍ୟ ୬ଟି ଜିଲ୍ଲାକୁ ମୌସୁମୀ ଛୁଇଁବ।ଭାରତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗତମାସ ଛୁଇଁଥିଲା। କେରଳରେ ଏହା ମେ’ ମାସ ୩୦ ତାରିଖରେ ସ୍ପର୍ଶ କରିଥିଲା। ଓଡ଼ିଶାରେ ମୌସୁମୀ ବାୟୁ ଗତ ୮ ତାରିଖରେ ଛୁଇଁଥିଲା। ମୌସୁଭୀ ବାୟୁ ସ୍ପର୍ଶ କଲା ପରେ ମାଲକାନଗିରିରେ ପ୍ରବଳ ବର୍ଷା ହୋଇଥିଲା। ୨୪ ଘଣ୍ଟା ମଧ୍ୟ‌ରେ ଏଠାରେ ସର୍ବାଧିକ ୫୫.୫ମିମି ବର୍ଷା ରେକର୍ଡ କରାଯାଇଥିଲା।ମୌସୁମୀ ବର୍ଷା ହେବା ପରେ ଗ୍ରୀଷ୍ମରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ମୌସୁମୀ ପ୍ରଭାବରେ ଏବେ କ୍ରମଶଃ ରାଜ୍ୟର ଅନ୍ୟ ସମସ୍ତ ଜିଲ୍ଲାରେ ବର୍ଷା ହେବ। ଚାଷ କାମ ଆରମ୍ଭ ହୋଇଯିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!