ପୁରୀ ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି । ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଗଜ ବେଶରେ ଦେଖି ବିମୋହିତ ହେବେ ଶ୍ରଦ୍ଧାଳୁ। ରାତି ପାହିଲେ ଶ୍ରଦ୍ଧାଳୁମାନେ ଏହି ଦିବ୍ୟ ଅନୁଭୂତି ପାଇବା ପାଇଁ ବ୍ୟାକୁଳ ହୋଇ ଚାହିଁ ବସିଛନ୍ତି । ଏଣୁ ସ୍ନାନ ମଣ୍ଡପ ଓ ବଡ଼ଦାଣ୍ଡ ସଜେଇ ହେବାରେ ଲାଗିଛି । ସ୍ନାନ ମଣ୍ଡପକୁ ଚିତ୍ରକରମାନେ ପାରମ୍ପରିକ ରଙ୍ଗରେ ସୁସଜ୍ଜିତ କରିଛନ୍ତି । ମାର୍କେଟ ଛକରୁ ଦର୍ଶନାର୍ଥୀଙ୍କ ପାଇଁ ବ୍ୟାରିକେଡର ବ୍ୟବସ୍ଥା କରାଯାଇଛି । ଭୋର୍ ୫ଟାରୁ ପହଣ୍ଡି, ୩ଟା ୪୦ରୁ ଗଜବେଶ। ରାତି ସାଢ଼େ ୭ରୁ ସାଢ଼େ ୧୦ଟା ସାହାଣ ମେଲା ଦର୍ଶନ । ରାତି ୧୧ରେ ବେଶ ଓଲାଗି, ସାଢ଼େ ୧୧ରୁ ବାହୁଡ଼ା ପହଣ୍ଡି ।ଶ୍ରୀମନ୍ଦିର ରତ୍ନବେଦୀ ଛାଡ଼ି ସ୍ନାନମଣ୍ଡପକୁ ଆସୁଛନ୍ତି ଚତୁର୍ଦ୍ଧା ମୂରତି । ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ।ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ମଧ୍ୟାହ୍ନ ୧୨ଟା ୨୦ରେ ଜଳ ବିଜେ ନୀତି କରାଯିବ। ଅପରାହ୍ନ ୩ଟାରେ ଛେରା ପହଁରା ପରେ ୩ଟା ୪୦ରୁ ହାତୀବେଶ ଆରମ୍ଭ ହେବ। ସନ୍ଧ୍ୟା ୭ଟା ୩୦ରୁ ରାତି ୧୦ଟା ୩୦ ଯାଏଁ ସାହାଣ ମେଲା ଦର୍ଶନ ପାଇଁ ସମୟ ଧାର୍ଯ୍ୟ ହୋଇଛି।ଭକ୍ତମାନେ ବ୍ୟାରିକେଡରେ ସିଂହଦ୍ୱାର ଦେଇ ସ୍ନାନବେଦୀରେ ହାତୀବେଶ ଦର୍ଶନ କରିପାରିବେ। ପରେ ଅନ୍ୟ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ। ମହାପ୍ରଭୁଙ୍କ ଦୁର୍ଲଭ ହାତୀବେଶକୁ ଭକ୍ତମାନେ ବଡଦାଣ୍ଡ ସମେତ ସ୍ନାନମଣ୍ଡପର ଅତି ନିକଟରୁ ଦର୍ଶନ କରିବାର ସୁଯୋଗ ପାଇବେ ।ଲୋକଙ୍କ ଭିଡକୁ ଦୃଷ୍ଟିରେ ରଖି ମାର୍କେଟ ଛକରୁ ମିରିଚିକୋଟ ଛକ ଓ ମରିଚିକୋଟ ଛକରୁ ଶ୍ରୀନଅର ଯାଏଁ ସ୍ୱତନ୍ତ୍ର ବ୍ୟାରିକେଡ ହୋଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |