ପୁରୀ,୨୨ା୬: ଆଜି ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଆଜି ଭକ୍ତ ଆଗରେ ଗାଧୋଉଛନ୍ତି ଶ୍ରୀଜୀଉ । ଚର୍ମଚକ୍ଷରୁ ମହାପ୍ରଭୁଙ୍କ ଏହି ଅପୂର୍ବ ଦୃଶ୍ୟ ଦେଖିବାକୁ ଲାଗିଛି ଭକ୍ତଙ୍କ ଭିଡ । ଆଜି ସ୍ନାନଯାତ୍ରା। ଭୋର ୫ଟାରୁ ଆରମ୍ଭ ହୋଇଥିଲା ପହଣ୍ଡି । ପ୍ରଥମେ ଧାଡ଼ି ପହଣ୍ଡିରେ ଆସି ସ୍ନାବେଦିରେ ବିରାଜିଲେ ବଡ଼ଠାକୁର । ବଡ଼ଠାକୁରଙ୍କ ପଛେପଛେ ପହଣ୍ଡିରେ ଆସି ରତ୍ନବେଦିରେ ବିରାଜିଛନ୍ତି ମହାପ୍ରଭୁ ଜଗନ୍ନାଥ । ଶେଷରେ ରତ୍ନବେଦି ଚାଡ଼ି ସ୍ନାନବେଦିରେ ବିରାଜିଥିଲେ ଦେବୀ ସୁଭଦ୍ରା । ଏହାପରେ ମହାପ୍ରଭୁଙ୍କ ଜଳ ବିଜେ, ପୂଜା ଓ ସ୍ନାନ ନୀତି ଅନୁଷ୍ଠିତ ହୋଇଥିଲା। ସ୍ନାନଯାତ୍ରାର ଅନନ୍ୟ ପରମ୍ପରା ହେଉଛି ପୁରୀ ଗଜପତିଙ୍କ ଛେରାପହଁରା। ଆଜି ଏହି ନୀତି ସମାପନ କରିବାକୁ ରାଜନଅରରୁ ଆସିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ତାମଯାନରେ ବସି ଗଜପତି ରଥପାଖକୁ ଆସିଥିଲେ। ବର୍ତ୍ତମାନ ଏହି ଛେରାପହଁରା ନୀତି ଶେଷ ହୋଇଛି ।ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ସମସ୍ତ ନୀତିକାନ୍ତି ପରେ ଶ୍ରୀଜିଉ ଗଜ ବେଶରେ ଲକ୍ଷାଧିକ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାନ ପକ୍ଷରୁ ନୀତ ନିର୍ଘଣ୍ଟ ଚୂଡ଼ାନ୍ତ କରାଯାଇଥିଲା। ଏହି ଅନୁଯାୟୀ, ରାତି ୪.୩୦ରେ ମଙ୍ଗଳାର୍ପଣ ପରେ ଭୋରରେ ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହଙ୍କୁ ସ୍ନାନବେଦିକୁ ବିଜେ କରାଯାଇଥିଲା। ପ୍ରଥମେ ବଡ଼ଠାକୁର ବଳଭଦ୍ର ରତ୍ନବେଦି ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ପରେ ମା’ ସୁଭଦ୍ରା ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ଶେଷରେ କାଳିଆସାଆନ୍ତ ରତ୍ନବେଦି ଛାଡ଼ି ଧାଡି ପହଣ୍ଡିରେ ହଲି ହଲି ସ୍ନାନବେଦିରେ ପହଞ୍ଚିଥିଲେ। ପରେ ସ୍ନାନବେଦିରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ ଦାରୁଦିଅଁ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |