ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଗଲେ ଆଉ ଦୁଇ ଅତିରିକ୍ତ ସଚିବ

ଭୁବନେଶ଼୍ବର, ୨୩।୬:ରାଜ୍ୟର ପ୍ରଥମ ବିଜେପି ସରକାରର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟରେ ଆଉ ଦୁଇଜଣ ବରିଷ୍ଠ ପ୍ରଶାସନିକ ଅଫିସରଙ୍କୁ ନିଯୁକ୍ତି ମିଳିଛି । ବରିଷ୍ଠ ଓଏଏସ୍ ଚିତ୍ରସେନ ରାଉତ ଓ ବରିଷ୍ଠ ଓଏଫଏସ୍ ଉମେଶଚନ୍ଦ୍ର ତ୍ରିପାଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ବଦଳି ହୋଇଛି । ପୂର୍ବରୁ ୩ଜଣ ଅଫିସର ତ୍ରିଲୋଚନ ମହାନ୍ତି, ବିନୋଦ ବିହାରୀ ସିଂ ଓ ସତୀଶ ଚନ୍ଦ୍ର ସାମଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅବସ୍ଥାପିତ କରାଯାଇଥିଲା ।ସାଧାରଣ ପ୍ରଶାସନ ବିଭାଗ ଓ ଅର୍ଥ ବିଭାଗ ପକ୍ଷରୁ ଜାରି ଦୁଇଟି ଭିନ୍ନ ଭିନ୍ନ ବିଜ୍ଞପ୍ତି ଅନୁସାରେ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍ ଚିତ୍ରସେନ ରାଉତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେହିପରି ଅଥ ର୍ବିଭାଗର ବିଜ୍ଞପ୍ତି ଅନୁସାରେ ଓଡ଼ିଶା ଅର୍ଥ ସେବା(ଓଏଫଏସ)ର ବରିଷ୍ଠ ଅଧିକାରୀ ଉମେଶଚନ୍ଦ୍ର ତ୍ରିପାଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି । ଶ୍ରୀ ତ୍ରିପାଠୀ  ଇସ୍ପାତ ଓ ଖଣି ବିଭାଗର ଫାଇନାନ୍ସ ଅଫିସର ତଥା ଅତିରକ୍ତ ସଚିବ ଭାବେ କାର୍ଯ୍ୟ କରୁଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!