ଭୁବନେଶ୍ବର,,୨୩।୬: ଆସନ୍ତାକାଲିଠୁ ରାଜ୍ୟରେ ସ୍ୱାଭାବିକ ଭାବେ ଖୋଲିବ ସ୍କୁଲ। ରାଜ୍ୟରେ ପାଣିପାଗ ବଦଳିବା ହେତୁ, ସ୍କୁଲ ସ୍ୱାଭାବିକ ଚାଲିବା ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ କହିଛନ୍ତି ଯେ, ରାଜ୍ୟରେ ପାଣିପାଗ ବଦଳିଛି, ତେଣୁ ସ୍କୁଲ ସ୍ୱାଭାବିକ ହେବାରେ କୌଣସି ଅସୁବିଧା ହେବ ନାହିଁ। ଏଥିସହିତ ଗଣିତ ଶିକ୍ଷାକୁ ନେଇ ବ୍ଲକ ସ୍ତରୀୟ ପ୍ରଶିକ୍ଷଣ ଦିଆଯିବ। ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବାର ଆବଶ୍ୟକ ରହିଛି ବୋଲି ସେ କହିଛନ୍ତି। ଏହାଦ୍ୱାରା ଛାତ୍ରଛାତ୍ରୀଙ୍କ ଗଣିତରେ ଭଲ ଜ୍ଞାନ ଆସିବ। ସମୟ ସମୟରେ ଏଭଳି ପଦକ୍ଷେପ ନିଆଯିବା ଆବଶ୍ୟକ ରହିଛି ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |