ବାଲେଶ୍ୱର,୨୪।୬:ବାଲେଶ୍ୱର ପୌରାଞ୍ଚଳରେ କୋହଳ ହୋଇଛି କର୍ଫ୍ୟୁ। ଆଜିଠୁ ଖୋଲିବ ସମସ୍ତ ଶିକ୍ଷାନୁଷ୍ଠାନ। ସମସ୍ତ ସ୍କୁଲ କଲେଜ ଓ ଅଙ୍ଗନବାଡି କେନ୍ଦ୍ର ଖୋଲିବ। ଲ୍ୟାଣ୍ଡ ଲାଇନ୍ ଓ ବ୍ରଡବ୍ୟାଣ୍ଡରେ ସେବା ମିଳୁଥିବା ବେଳେ ଆଜିଠାରୁ ମୋବାଇଲରେ ଇଣ୍ଟରନେଟର ସୁବିଧା ମିଳିବ।ସେହିପରି ସହଦେବଖୁଣ୍ଟା ଥାନା ଅଞ୍ଚଳରେ ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ ରହିବ। ଟାଉନ ଥାନା ଅଞ୍ଚଳରେ ସକାଳ ୫ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ କୋହଳ ରହିବ କର୍ଫ୍ୟୁ।ଏହି ଘଟଣାରେ ମୋଟ ୨୯ ଟି ମାମଲା ରୁଜୁ ହୋଇଥିବା ବେଳେ ଗିରଫ ସଂଖ୍ୟା ୮୯ରେ ପହଞ୍ଚଛି। ଅନ୍ୟପକ୍ଷରେ କୌଣସି ଗୁଜବ ପ୍ରଚାର, ସୋଶାଲ ମିଡିଆ ପୋଷ୍ଟ ଉପରେ ନଜର ରଖିଛି ସାଇବର ଟିମ୍। ଜଣେ ଗୁଜବକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |