ରଥଯାତ୍ରାରେ ପ୍ରତି ବ୍ଲକ୍‌ରୁ ଶ୍ରୀକ୍ଷେତ୍ରକୁ ଗଡ଼ିବ OSRTC ବସ୍

ଭୁବନେଶ୍ୱର,୨୪।୬: ଜୁଲାଇ 7 ରେ ରଥଯାତ୍ରା । ଏହାପୂର୍ବରୁ ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡିବ ବସ । 314 ବ୍ଲକରୁ ପୁରୀକୁ OSRTC ବସ ଗଡ଼ିବା ନେଇ ବୈଠକ ପରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି ।ଲକ୍ଷ୍ମୀ ବସ୍‌ ପ୍ରସଙ୍ଗରେ ପରିବହନ ମନ୍ତ୍ରୀ ବିଭୁତି ଜେନା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଲକ୍ଷ୍ମୀ ବସ୍‌ ସେବା ନେଇ ଅଧିକ ତର୍ଜମା ଚାଲିଛି। ଯେଉଁ ସ୍ଥାନରୁ ବସ୍‌ ସେବା ନାହିଁ, ସେ ସ୍ଥାନର ଲୋକେ ସୁବିଧା ପାଇବେ।OSRTC କାର୍ଯ୍ୟାଳୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା OSRTC କାର୍ଯ୍ୟର ସମୀକ୍ଷା କରିଠନ୍ତି । ଏ ଅବସରରେ ବିଭାଗୀୟ ସଚିବ ଉଷା ପାଢ଼ୀଙ୍କ ସମେତ ପରିବହନ କମିଶନର ଓ OSRTC ମୁଖ୍ୟ ଉପସ୍ଥିତ ଥିଲେ । ସମୀକ୍ଷା ବୈଠକ ପରେ ପରିବହନ ମନ୍ତ୍ରୀ କହିଛନ୍ତି, ଓଡ଼ିଶାରୁ ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଆରମ୍ଭ ହେବ ବସ ସେବା । ଅଯୋଧ୍ୟା, ତିରୁପତି, ମହାକାଳେଶ୍ଵର, ବାରାଣସୀ ଓ ବୃନ୍ଦାବନକୁ ଗଡିବ ବସ୍ । ପୁରୀ, ଭୁବନେଶ୍ଵର, ବ୍ରହ୍ମପୁର ଓ ରାଉରକେଲା ଭଳି ପ୍ରମୁଖ ସ୍ଥାନରୁ ଏସବୁ ତୀର୍ଥ ସ୍ଥଳୀକୁ ଚାଲିବ ବସ । ଏହାସହ ରାଜ୍ୟରେ ଯେପରି ପରିବେଶ ଅନୁକୂଳ ଇଲେକ୍ଟ୍ରିକ ବସ୍ ଅଧିକରୁ ଅଦିକ ଚାଲିବ ସେ ନେଇ ଧ୍ୟାନ ଦିଆଯିବ । ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲୋକମାନେ ଅଧିକରୁ ଅଧିକ ବସ୍ ସେବା ଯେଭଳି ପାଇବେ, ସେନେଇ ନିଷ୍ପତ୍ତି ହୋଇଛି । ପ୍ରାରମ୍ଭିକ ଭାବେ ୧୦୦ ବସ୍ କିଣିବାକୁ ନିଷ୍ପତ୍ତି ହୋଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!