ଆଜି ଲୋକସଭାରେ ଶପଥ ନେବେ ୧୯ ଓଡ଼ିଆ ସାଂସଦ

ନୂଆଦିଲ୍ଲୀ, ୨୫।୬: ସଂସଦରେ ଆଜି ଶପଥ ନେବେ ୧୯ ଓଡ଼ିଆ ସାଂସଦ । ଗତକାଲି ଓଡ଼ିଶାର ଦୁଇ ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ ଶପଥ ଗ୍ରହଣ କରିଛନ୍ତି। ଆଜି ବାକି ୧୯ ସାଂସଦ ଶପଥ ନେବେ ।ଅଷ୍ଟଦଶ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହୋଇଥିବା ବେଳେ ନବନିର୍ବାଚିତ ସାଂସଦମାନେ ଶପଥ ନେଉଛନ୍ତି । ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭର୍ତ୍ତୃହରି ମହତାବଙ୍କୁ କାମ ଚଳା ବାଚସ୍ପତି ରୂପେ ଶପଥ ପାଠ କରାଇଥିଲେ।  ଏହାପରେ ସେ ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଇଥିଲେ। ଭର୍ତ୍ତୃହରି ମହତାବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସାଂସଦମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।ଗତକାଲି ପ୍ରଥମ ଦିନରେ ୨୮୦ ସାଂସଦ ଶପଥ ଗ୍ରହଣ କରିଥିବା ବେଳେ । ଅବଶିଷ୍ଟ ସାଂସଦ ଆଜି ଶପଥ ନେବେ। ଆସନ୍ତା କାଲି ହେବ ବାଚସ୍ପତି ନିର୍ବାଚନ। ୨୭ ତାରିଖରେ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!