ଭାଜପା ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ୨ ଉପମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଭାଜପା ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବେ ବୋଲି ଜଣାପଡିଛି। ଏଥିସହ ଭାଜପାର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି|ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଆଜି ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତାଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତ କରିବେ ।ରାଜ୍ୟରେ ଡବଲ ଇଞ୍ଜିନ ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଆଜି ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବେ । ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!