ଆଜି ମହାପ୍ରଭୁ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ

 ପୁରୀ,୨୭।୬:ଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ। ବଡ ଓଡ଼ିଆ ମଠ ପକ୍ଷରୁ ଏହି ଫୁଲରୀ ତେଲ ପ୍ରଦାନ କରାଯାଇଥାଏ। ହେରାପଞ୍ଚମୀ ତିଥିରେ ୨ଟି ମାଟି ନିର୍ମିତ ଘୁମାରେ ଘଣାପେଡା ରାଶିତେଲରେ ବିଭିନ୍ନ ଔଷଧୀୟ ଦ୍ରବ୍ୟ ମିଶ୍ରଣ କରାଯାଇଥାଏ। ପରେ ସେଥିରେ ଔଷଧୀୟ ଦ୍ରବ୍ୟ ସହ ଅନେକ ସୁବାସିତ ଫୁଲ ମିଶ୍ରଣ କରାଯାଇଥାଏ।ଏହି ତେଲକୁ ହେରାପଞ୍ଚମୀ ତିଥିରୁ ବର୍ଷେ ପର୍ଯ୍ୟନ୍ତ ମାଟିତଳେ ପୋତା ଯାଇ ରଖାଯାଇଥାଏ। ଗୋଟିଏ ବର୍ଷ ପରେ ଘୁମାରେ ଥିବା ତେଲକୁ ମାଟିତଳୁ କଢା ଯାଇଥାଏ। ଯାହାକୁ ଫୁଲରୀ ତେଲ ବୋଲି କୁହାଯାଇଥାଏ। ପରେ ସେହି ଫୁଲରୀ ତେଲକୁ ଶ୍ରୀମନ୍ଦିର ଭିତରକୁ ପଠାଯାଇଥାଏ। ସେଥିରେ ମହାପ୍ରଭୁ ମାଲିସ ହୋଇଥାଆନ୍ତି। ଏହି ତେଲ୍‌ରେ ମାଲିସ୍‌ ହେବା ପରେ ମହାପ୍ରଭୁ ଅଂଶରେ ସୁସ୍ଥ ହୋଇଥାନ୍ତି ବୋଲି ବିଶ୍ୱାସ ରହିଛି।ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନ ମଣ୍ଡପରେ ୧୦୮ ଗଡୁ ସୁବାସିତ ଜଳରେ ସ୍ନାନ କରିବାପରେ ମହାପ୍ରଭୁ ଜ୍ୱରରେ ପଡ଼ିଥାନ୍ତି। ତେଣୁ ୧୫ ଦିନ ଅଣସର ପିଣ୍ଡିରେ ମହାପ୍ରଭୁଙ୍କୁ ଗୁପ୍ତ ସେବା କରିଥାନ୍ତି ଦଇତାପତି।  ଅନ୍ୟପକ୍ଷରେ ରଥ ଯାତ୍ରା ପାଇଁ ଚଳଚଞ୍ଚଳ ରଥ ଖଳା। ଜୋରସୋରରେ ତିନି ରଥ ନିର୍ମାଣ କାମଚାଲିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!