ଭୁବନେଶ୍ୱର,୨୭ା୬:ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ପ୍ରବଳ ବର୍ଷା ସହ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସଂଭାବନା ରହିଛି ।ଆଜି ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ମାଲକାନଗିରି ଓ କୋରାପୁଟରେ ଅତିପ୍ରବଳ ବର୍ଷା ସହ ଗଜପତି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ାରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ।୨୯ ତାରିଖ ଯାଏ ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ବିଜୁଳି ଘଡଘଡି ପ୍ରତି ସତର୍କତା ଅବଲମ୍ବନ ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ସେପଟେ ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବା ବେଳେ ଏବେବି ରାଜ୍ୟରେ ଅନେକ ଜିଲ୍ଲାରେ ନିଅଁଣ୍ଟିଆ ବର୍ଷା ଦେଖାଦେଇଛି । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ପୁରୀ ଓ ବଲାଙ୍ଗୀରରେ ନିଅଁଟିଆ ବର୍ଷା ରେକର୍ଡ ହୋଇଛି।ଆସନ୍ତା ୪ ଦିନ ପ୍ରବଳ ଛେଚିବ। ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଯୋଗୁଁ ୪ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି। ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେ ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ। ସେହିପରି କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବରଗଡ଼ରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣେ ବିଜୁଳି, ଘଡ଼ଘଡ଼ି ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |