ନୂଆଦିଲ୍ଲୀ,୨୭।୬: ଭେଟେରାନ ଭାଜପା ନେତା ଲାଲ କୃଷ୍ଣ ଆଡଭାନୀ ଅସୁସ୍ଥ। ଅସୁସ୍ଥତା ହେତୁ ତାଙ୍କୁ ୨୬ ଜୁନ ରାତିରେ ଦିଲ୍ଲୀର AIIMS ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।୨୬ ଜୁନ ସଂଧ୍ୟାରେ ୯୬ ବର୍ଷୀୟ ଆଡଭାନୀଙ୍କ ବାର୍ଦ୍ଧକ୍ୟ ଜନିତ ସମସ୍ୟା ଦେଖାଦେଇଥିଲା। ଏହା ପରେ ତାଙ୍କୁ AIIMS କୁ ନିଆଯାଇଥିଲା ଯେଉଁଠାରେ ଡାକ୍ତରମାନେ ତାଙ୍କୁ ଜେରିଆଟ୍ରିକ ବିଭାଗରେ ଭର୍ତ୍ତି କରିଥିଲେ ।କେନ୍ଦ୍ର ସରକାର ଚଳିତ ବର୍ଷ ଭାରତ ରତ୍ନ ପାଇଁ ପାଞ୍ଚଟି ନାମ ଘୋଷଣା କରିଥିଲେ ଯେଉଁଥିରେ ଲାଲ କୃଷ୍ଣ ଆଡଭାନୀଙ୍କ ନାମ ମଧ୍ୟ ସାମିଲ ଥିଲା। ଏହାପୂର୍ବରୁ ୨୦୧୫ ମସିହାରେ ଆଡଭାନୀଙ୍କୁ ଦେଶର ଦ୍ୱିତୀୟ ସର୍ବୋଚ୍ଚ ନାଗରିକ ପୁରସ୍କାର ପଦ୍ମଭୂଷଣ ପ୍ରଦାନ କରାଯାଇଥିଲା। ସେ ୧୯୯୮ ରୁ ୨୦୦୪ ପର୍ଯ୍ୟନ୍ତ ଦେଶର ଗୃହମନ୍ତ୍ରୀ ଏବଂ ୨୦୦୨ ରୁ ୨୦୦୪ ପର୍ଯ୍ୟନ୍ତ ଉପମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |