ନୂଆଦିଲ୍ଲୀ ,,୨୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଭେଟିଛନ୍ତି। ତିନିଦିନିଆ ଦିଲ୍ଲୀ ଗସ୍ତର ଦ୍ବିତୀୟ ଦିନରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଓ ତାଙ୍କର ୨ ଉପମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିବା ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି । ତାଙ୍କ ସହିତ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତି ପରିଡା ମଧ୍ୟ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି । ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି । ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।ମୋଦୀ ଗ୍ୟାରେଂଟିକୁ କିଭଳି ରାଜ୍ୟରେ ଉପଯୋଗ କରାଯାଇ ପାରିବ ଏବଂ ଓଡ଼ିଶା ଦେଶର ଏକ ନମ୍ବର ରାଜ୍ୟ ହେବ ସେନେଇ ପ୍ରସ୍ତୁତି କରିବ ରାଜ୍ୟ ୟୁନିଟ। ଗୃହମନ୍ତ୍ରୀ ଅମିତ୍ ଶାହା ଏବଂ ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି। ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ନିଜେ ସଭା ମଂଚରୁ ଏକାଧିକ ଗ୍ୟାରେଂଟି ଦେଇଥିଲେ। ବିଜେପି ସରକାର ଆସିଲେ ବିକଶିତ ଓଡିଶା ଗଢ଼ିବାର ପ୍ରତିଶ୍ରୁତି ଦେଇଥିଲେ। ତେଣୁ ସେଗୁଡିକ କେମିତି କାର୍ଯ୍ୟକାରୀ ହେବ, ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିପାରନ୍ତି ମୁଖ୍ୟମନ୍ତ୍ରୀ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |