ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ରାସ୍ତାକୁ ଓହ୍ଲାଇଲେ ସାମ୍ବାଦିକ

ଭୁବନେଶ୍ୱର,୨୭।୬:ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ ଜଣେ ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିବା ଘଟଣାକୁ ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ସାମ୍ବାଦିକ। ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ସାମ୍ବାଦିକମାନେ ଦାବି କରିଛନ୍ତି। ଘଟଣାକୁ ୩ ଦିନ ବିତି ଯାଇଥିବା ସତ୍ତ୍ୱେ ପୁଲିସ୍ କାହିଁକି କାର୍ଯ୍ୟାନୁଷ୍ଠାନ ନେଇନି ତାକୁ ନେଇ ସାମ୍ବାଦିକମାନେ ପ୍ରଶ୍ନ ଉଠାଇଛନ୍ତି। ରଘୁନନ୍ଦନ ପୂର୍ବରୁ ଲୋକସମ୍ପର୍କ ବିଭାଗ ଦାୟିତ୍ୱରେ ଥିଲେ। ତଥାପି କେମିତି ସାମ୍ବାଦିକଙ୍କ ଉପରେ ଏଭଳି ବ୍ୟବହାର କରିପାରିଲେ ସେ ନେଇ  ଅସନ୍ତୋଷ ପ୍ରକାଶ କରିଛନ୍ତି। ୩ ଦିନ ତଳେ ବିଜେଡିର ସଂଗ୍ରଠନ ସଂପାଦକ ପ୍ରଣବ ପ୍ରକାଶ ଦାସ( ବବି)ଙ୍କ କ୍ୱାର୍ଟର୍ସର ନିର୍ମାଣ ଭଙ୍ଗା ଘଟଣାକୁ କଭରେଜ୍ ବେଳେ କର୍ତ୍ତବ୍ୟରତ ମହିଳା ସାମ୍ବାଦିକାଙ୍କ ଉପରକୁ ରଘୁନନ୍ଦନ କୁକୁର ଛାଡ଼ି ଦେଇଥିବା ଅଭିଯୋଗ ହୋଇଥିଲା। ଏନେଇ ସମ୍ପୃକ୍ତ ଘରୋଇ ଚ୍ୟାନେଲ ପକ୍ଷରୁ ରଘୁନନ୍ଦନଙ୍କ   ବିରୋଧରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଥିଲା। ରଘୁନନ୍ଦନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଥିଲା। ତେବେ ଘଟଣାକୁ ୩ ଦିନ ବିତି ଯାଇଥିଲେ ମଧ୍ୟ ରଘୁନନ୍ଦନ ଦାସଙ୍କ ଉପରେ ପୁଲିସ୍ କାହିଁକି କାର୍ଯ୍ୟାନୁଷ୍ଠାନ ନେଇ ନ ଥିବାରୁ ତା’ର ପ୍ରତିବାଦରେ ଆଜି ରାଜରାସ୍ତାକୁ ଓହ୍ଲାଇଛନ୍ତି ସାମ୍ବାଦିକ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!