କଟକ,୨୮ା୬: କଟକର ସିଡିଏ ସେକ୍ଟର-୯ରେ ମୋ’ ବସ୍ରେ ନିଆଁ ଲାଗିଯାଇଛି। ଫଳରେ ବସ୍ଟି ସମ୍ପୂର୍ଣ୍ଣ ଜଳିପୋଡ଼ି ଛାରଖାର ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।ହୁତୁହୁତୁ ହୋଇ ରାସ୍ତା ଉପରେ ଜଳିଗଲା ମୋ ବସ୍। କଟକ ସିଡିଏ ସେକ୍ଟର-୯ ଅଞ୍ଚଳରେ ‘ମୋ ବସ୍’ରେ ନିଆଁ ଲାଗିଯାଇଛି। ବସ୍ରେ ଥିବା ଯାତ୍ରୀମାନେ ଏକ ବଡ଼ ଅଘଟଣରୁ ବର୍ତ୍ତି ଯାଇଛନ୍ତି। ହେଲେ ନିଆଁ ଲାଗି ବସ୍ଟି ଜଳିଯାଇଛି।ଆଜି ସକାଳେ ମୋ ବସଟି ପୁରୀରୁ ଯାତ୍ରୀଙ୍କୁ ନେଇ କଟକ ଆସୁଥିଲା। କଟକ ସିଡିଏ ସେକ୍ଟର-୯ ନିକଟରେ ବସରୁ ଧୂଆଁ ବାହାରିଥିଲା। ଡ୍ରାଇଭର ଏହା ଜାଣିପାରି ଯାତ୍ରୀମାନଙ୍କୁ ତଳକୁ ଓହ୍ଲାଇ ଦେଇଥିଲା। ପରେ ବସ୍ଟି ରାସ୍ତା ଉପରେ ହୁତୁ ହୁତୁ ହୋଇ ରାସ୍ତା ଉପରେ ଜଳି ଯାଇଥିଲା। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |